Masthead

ମହାରାଷ୍ଟ୍ରରେ ୱିକେଣ୍ଡ ଲକଡାଉନ

ମହାରାଷ୍ଟ୍ର ( ବଡ଼ ଖବର ବ୍ୟୁରୋ): ସାରା ଦେଶରେ କରୋନା ସ୍ଥିତି ଅଣାୟତ । ତେବେ ଏହାର ହଟସ୍ପଟ ପାଲଟିଛି ମହାରାଷ୍ଟ୍ର । ମହାରାଷ୍ଟ୍ରରେ ଦୈନିକ ସଂକ୍ରମଣ ୫୦ ହଜାର ପାର କରୁଛି । ଯାହାକି ରାଜ୍ୟ ସରକାରଙ୍କ ଚିନ୍ତା ବଢାଉଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଠୋର ନିଷ୍ପତି ନେଇଛନ୍ତି । ରାତ୍ରିକାଳୀନ କର୍ଫ୍ୟୁ ସହିତ ୱିକେଣ୍ଡ ଲକଡାଉନ ଘୋଷଣା କରାଯାଇଛି ।

ସୋମବାରଠାରୁ ସାରା ରାଜ୍ୟରେ ରାତି ୮ ରୁ ସକାଳ ୭ ପର୍ଯ୍ୟନ୍ତ କର୍ଫ୍ୟୁ ଲାଗୁ ହେବ । ଏପ୍ରିଲ ୩୦ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ । ସେହିପରି ଶୁକ୍ରବାର ରାତି ୮ ରୁ ସୋମବାର ୭ ପର୍ଯ୍ୟନ୍ତ ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ କାର୍ଯ୍ୟକାରୀ ହେବ । ଫଳରେ ଶନିବାର ଓ ରବିବାର ରାଜ୍ୟକୁ ଲକଡାଉନ ଘୋଷଣା କରାଯାଇଛି । ସେପଟେ ରବିବାର ମହାରାଷ୍ଟ୍ର ଜୁହୁ ବିଚରେ ଲୋକଙ୍କ ଭିଡ ଦେଖିବାକୁ ମିଳିଥିଲା । ଶହ ଶହ ଲୋକ କରୋନା କଟକଣାକୁ ଖାତିର ନକରି ବୁଲୁଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ