Masthead

ସହିଦ୍ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଅମିତ ଶାହ

ବିଜାପୁର (ବଡ଼ ଖବର ବ୍ୟୁରୋ): ସହିଦ୍ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଶନିବାର ସଂଧ୍ୟାରେ ଛତିଶଗଡ଼ ସୁକମାରେ ହୋଇଥିଲା ନକ୍ସଲ ଆକ୍ରମଣ । ଏହି ଆକ୍ରମଣରେ ୨୨ ଜଣ ବୀର ଯବାନ ସହିଦ୍ ହୋଇଥିଲେ । ଆଜି ଛତିଶଗଡ଼ ଜଗଦଲପୁର ଯାଇ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅମିତ ଶାହ । ସେଠାରେ ତାଙ୍କ ସହିତ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ମଧ୍ୟ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେପଟେ ଏହି ଆଓବାଦୀ ଆକ୍ରମଣ ପରେ ଗୃହ ମନ୍ତ୍ରଣାଳୟ ସତର୍କ ହୋଇଯାଇଛି ।

ଶ୍ରଦ୍ଧାଞ୍ଜଳି ଦେବା ପରେ ଗୃହମନ୍ତ୍ରୀ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ମାଓବାଦୀ ଦମନ ଅଭିଯାନର ସମୀକ୍ଷା ନେଇ ଏକ ବୈଠକ କରିବାର କାର୍ଯ୍ୟକ୍ରମ ଥିବା ଜଣାପଡ଼ିଛି । ଏହାସହିତ ଗୃହମନ୍ତ୍ରୀ ଅମିତ ଶାହ ହସ୍ପିଟାଲ ଯାଇ ଆହତ ଯବାନମାନଙ୍କୁ ଭେଟିଛନ୍ତି । ସୂଚନା ମୁତାବକ, ମାଲକାନଗିରି ସୀମାନ୍ତବର୍ତ୍ତୀ ଛତିଶଗଡ଼ର ବିଜାପୁର ଜିଲ୍ଲା ସୁକମା ଠାରେ ଯବାନ ଓ ନକ୍ସଲଙ୍କ ମଧ୍ୟରେ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏହି ଗୁଳିମାଡ଼ରେ ଜଣେ ମହିଳା ମାଓବାଦୀଙ୍କ ନିହତ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ