Masthead

ରୁଦ୍ରଙ୍କ ପାଇଁ ଭୋଟ୍ ମାଗିବେ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପିପିଲି ଉପନିର୍ବାଚନ ଯେତିକି ପାଖେଇ ଆସୁଛି, ପ୍ରଚାର ମଇଦାନ ସେତେ ସରଗରମ ହେବାରେ ଲାଗିଛି । ବିଭିନ୍ନ ଦଳର ପ୍ରତିନିଧି ମାନେ ପ୍ରଚାର ମଇଦାନରେ ଜୋରସୋରରେ ପ୍ରଚାର ଚଳାଇଛନ୍ତି । ଏଥିପାଇଁ ବିଭିନ୍ନ ଦଳର ଷ୍ଟାର ପ୍ରଚାରକ ମାନେ ମଧ୍ୟ ଭୋଟରକୁ ଆକୃଷ୍ଟ କରିବା ପାଇଁ ଚେଷ୍ଟା କରୁଛନ୍ତି । ଅନ୍ୟପଟେ ପିପିଲି ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାର ମୌଦାନକୁ ଓହ୍ଲାଇବେ ବୋଲି ସୂଚନା ଦେଇଛନ୍ତି ପିପିଲି ବିଜେଡି ପର୍ଯ୍ୟବେକ୍ଷକ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ପିପିଲି ଯାଇ ଦଳର ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ପାଇଁ କ୍ୟାମ୍ପେନିଂ କରିବେ । ତେବେ କେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିପିଲି ଯିବେ ତାହା ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ । ସେପଟେ ଆସନ୍ତା ୧୫ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ହେବା ନେଇ ନିର୍ଦ୍ଦେଶ ଜାରି କରିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା