Masthead

ରାସ୍ତା ଉପରେ ପରିବା ଢାଳି ପ୍ରତିବାଦ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ବଢୁଥିବା କରୋନା ସଂକ୍ରମଣକୁ ନେଇ ସମସ୍ତେ ଚିନ୍ତିତ । ତେଣୁ ଏହାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ସହର ରେ ଥିବା ଏକ ମାତ୍ର ବଜାରକୁ ପ୍ରଶାସନ ପକ୍ଷରୁ ବନ୍ଦ କରିଦିଆଯାଇଛି। ଫଳରେ ଏହି ବଜାର ଉପରେ ନିର୍ଭର କରୁଥିବା ଚାଷୀ ଏବଂ ପରିବା ବ୍ୟବସାୟ ମାନେ ପରିବା ବିକ୍ରି କରି ନ ପାରି ଅସୁବିଧା ସମ୍ମୁଖୀନ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ସାପ୍ତାହିକ ହାଟ ଓ ଦୈନିକ ହାଟ ବନ୍ଦ କରିଦିଆ ଯାଇଥିବା ବେଳେ ସହରର ଅନ୍ୟ ସ୍ଥାନରେ ପରିବା ବିକ୍ରି ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ପରିବା ବ୍ୟବସାୟୀଙ୍କ ଅଭିଯୋଗ ହେଉଛି, ସେମାନେ କେଉଁ ଜାଗାରେ ବିକ୍ରି କରିବେ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇନାହିଁ।

ଆଜି ମଙ୍ଗଳବାର ବଜାର ଥିବାରୁ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଚାଷୀ ଓ ବ୍ୟବସାୟୀ ପରିବା ଧରି ପହଞ୍ଚିବା ପରେ ଏଠାରେ ବିକ୍ରି କରିବା ପାଇଁ ପୋଲିସ ପକ୍ଷରୁ ବାରଣ କରାଯାଇଥିଲା। ଯାହା ଫଳରେ ବ୍ୟବସାୟୀଙ୍କ ମଧ୍ୟରେ ଉତେଜନା ପ୍ରକାଶ ପାଇଥିଲା। ପରେ ସେମାନେ ରାସ୍ତା ଉପରେ ପନିପରିବା ଢାଳି ପ୍ରତିବାଦ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ