Masthead

ଓଡ଼ିଶାକୁ ଆସୁଛି ୩ ଲକ୍ଷ ୪୯ ହଜାର ଟିକା

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ଅପରାହ୍ନରେ ୩ ଲକ୍ଷ ୪୯ ହଜାର ଟିକା ଓଡ଼ିଶାରେ ପହଞ୍ଚିବ । ଯେତିକି ଟିକା ଆସୁଛି ତାହା ୩ ଦିନ ହିଁ ଯିବ । ଯଦି ଅଧିକ ଟିକା ନ ଆସେ ତେବେ ଆଗକୁ ଟିକା କରଣରେ ବାଧା ପ୍ରାପ୍ତ ହେବର ସମ୍ଭାବନା ରହିଛି । ସୋମବାର ୨ ଲକ୍ଷ ୬୩ ହଜାର ୪୧ ଟିକା କରଣ ହୋଇଛି । ପ୍ରତିଦିନ ୨ ଲକ୍ଷ ଟିକା କରଣର ଟାର୍ଗେଟ ରହିଥିଲା । ଏବେ ଏହା ବୃଦ୍ଧି ପାଇଛି । ୫ ଦିନରେ ୧୦ ଲକ୍ଷ ଟାର୍ଗେଟ ଥିବା ବେଳେ ୧୧ ଲକ୍ଷ ପାର କରିଛି । ରାଜ୍ୟରେ ବର୍ତ୍ତମାନ ୩ ଲକ୍ଷ ୪୭ ହଜାର କୋଭିସିଲଡ଼ ଟିକା ମହଜୁଦ ଅଛି ।

ହିଟୱେଭ ପାଇଁ ଟିକା କରଣର ସମୟ ପରିବର୍ତ୍ତନ କରାଯାଇଛି । ସେକେଣ୍ଡ ୱେଭ ପ୍ରଥମ ପର୍ଯ୍ୟାୟ ଅପେକ୍ଷା ଅଧିକ ଦ୍ରୁତ ଗତିରେ ସଂକ୍ରମଣ ହେଉଛି । ଏଥିରେ ଗୋଟିଏ ଆଶ୍ୱସ୍ତି କର କଥା ଯାହାକି ଡେଥ ରେଟ ନାହିଁ । କୋରନା ସଂକ୍ରମଣ ଟିକିଏ କମିବା ପରେ ଲୋକମାନେ ପୁଣି ବେପରୁଆ ହୋଇଗଲେ । ଏବେ ସମୟ ଆସିଛି ଲୋକମାନେ ନିଜକୁ ସଚେତନ କରନ୍ତୁ । ଗାଇଡ଼ଲାଇନର ଅନୁପାଳନ କରନ୍ତୁ । ରାଜ୍ୟରେ ବଢୁଥିବା ପରିସଂଖ୍ୟାନ ଉଦବେଗ ଜନକ ନୁହେଁ । ଅଧିକ ଲୋକ ଟ୍ରେସିଂ ଟେଷ୍ଟିଂ ହୋଇ ଆଇସୋଲେସନ କରାଯିବା ଟା ଭଲ ।

ଜାତୀୟ ହାର ତୁଳନାରେ ଆମ ରାଜ୍ୟର ସ୍ଥିତି ବହୁତ ଭଲ ରହିଛି । ଯେଉଁମାନେ ବାହାର ରାଜ୍ୟରୁ ଆସୁଛନ୍ତି ସେମାନଙ୍କୁ କୁହାଯାଇଛି ଆରଟିପିସିଆର ଟେଷ୍ଟିଂ ରିପୋର୍ଟ ଧରି ଆସିବାକୁ । ମେଡ଼ିସିନ ଓ ବେଡ଼ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଜିଲ୍ଲାପାଳଙ୍କୁ କୁହାଯାଇଛି ଘରୋଇ ହସ୍ପିଟାଲକୁ ପ୍ରସ୍ତୁତ ରଖିବା ପାଇଁ । ବର୍ତ୍ତମାନ କଟକଣା ଅପେକ୍ଷା ସଚେତନତାକୁ ପ୍ରାଧାନ୍ୟ ଦିଆଯାଉଛି। ସମସ୍ତ ଜିଲ୍ଲାପାଳ ଓ ମୁନିସପାଲ କମିସନରଙ୍କୁ କୁହାଯାଇଛି ସ୍ଥିତି ଦେଖି ନିଷ୍ପତ୍ତି ନେବା ଲାଗି । ଯେଉଁଠି ଆବଶ୍ୟକ ପଡିବ ସେଠି ପଦକ୍ଷେପ ନିଆଯିବ । ଅଯଥା ଟେଷ୍ଟିଂ କରିବା ଅପେକ୍ଷା ଆମେ ଟାର୍ଗେଟେଡ ଟେଷ୍ଟିଂ କରୁଛୁ । ଏବେ ଟେଷ୍ଟିଂ ଟିକିଏ କମ ରହିଛି । ଆଗକୁ ଧୀରେ ଧୀରେ ଟେଷ୍ଟିଂ ଆମେ ବଢ଼ାଇବୁ । ସୀମା ବର୍ତ୍ତି ଜିଲ୍ଲା ଗୁଡିକର ଲୋକମାନଙ୍କୁ ସଚେତନ କରାଯାଉଛି କାମ ନଥିଲେ ପଡୋଶୀ ରାଜ୍ୟକୁ ନ ଯିବା ପାଇଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ 🔴  ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା 🔴 ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ 🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା 🔴 ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ 🔴 ୫ଦିନ ଯାଏ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴  ଗିରଫ ହେଲେ ସିଆର୍ପିଏଫ କର୍ମଚାରୀ 🔴 ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ 🔴  ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା 🔴 ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ 🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା 🔴 ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ 🔴 ୫ଦିନ ଯାଏ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴  ଗିରଫ ହେଲେ ସିଆର୍ପିଏଫ କର୍ମଚାରୀ