ସରକାରୀ ଜମି ପାଇଁ ଗଡ଼ିଲା ମୁଣ୍ଡ

ବଡ଼ମ୍ବା (ବଡ଼ ଖବର ବ୍ୟୁରୋ): ସରକାରୀ ଜମି ଜବର ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ । କଟକ ଜିଲ୍ଲା ବଡ଼ମ୍ବା ଥାନା ମାଣିଆବନ୍ଧ ଫାଣ୍ଡି ଅଧିନସ୍ଥ କୁଆଁରପାଳ ପଞ୍ଚାୟତ ସରକାରୀ ଜମିକୁ ନେଇ ଦୁଇ ଗାଁ ମଧ୍ୟରେ ବୋମାମାଡ଼, ଗୁଳିମାଡ଼ ହୋଇଛି । ଏହି ଗୁଳିମାଡ଼ରେ ଦୁଇଜଣ ମୃତ ଏବଂ ୨୦ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନାଅନୁସାରେ, କୁଆଁରପାଳ ପଞ୍ଚାୟତର ବୁଢ଼ାପଙ୍କ ଓ ଭାଗବତପୁର ଗ୍ରାମ ମଧ୍ୟରେ ଦୀର୍ଘ ପାଞ୍ଚ ବର୍ଷ ହେବ ସରକାର ଜମିକୁ କେନ୍ଦ୍ର କରି ଚାଲିଥିବା ବିବାଦ ଉଗ୍ର ରୂପ ଧାରଣ କରିଛି। ଉଭୟ ଗ୍ରାମରୁ ଢେଲା, ପଥର, ବୋମା ମାଡ଼, ଗୁଳି ମାଡ଼ରେ ଭାଗବତପୁରର ଦୁଇଜଣଙ୍କ ମୃତ୍ୟୁ ହୋଇଛି ଏବଂ ୨୦ରୁ ଅଧିକ ଜଣ ଗୁରୁତର ଆହତ ହୋଇଛନ୍ତି।

ଘଟଣା ସ୍ଥଳରେ ଉତ୍ତ୍ୟକ୍ତ ଗ୍ରାମବାସୀମାନେ କିଛି ସମୟ ମାଣିଆବନ୍ଧ ଫାଣ୍ଡି ଅଧିକାରୀଙ୍କୁ ଅଟକ ରଖିଥିଲେ । ପରେ ବଡ଼ମ୍ବା ଥାନା ଅଧିକାରୀ ପହଁଚି ସ୍ଥିତିକୁ ନିୟନ୍ତ୍ରଣାଧୀନ କରିବା ପାଇଁ ଚେଷ୍ଟା କରୁଥିବା ବେଳେ ବର୍ତ୍ତମାନ ମଧ୍ୟ ସ୍ଥିତି ଗମ୍ଭୀର ରହିଛି। ଗ୍ରାମକୁ ଆମ୍ବୁଲାନ୍ସ, ଗଣମାଧ୍ୟମ ପ୍ରତିନିଧିଙ୍କୁ ପୁରାଇ ଦିଆଯାଉନାହିଁ। ବର୍ତ୍ତମାନ ୬୫ନଂ ରାଜ୍ୟ ରାଜପଥ ଶବରଖି ବଡମ୍ବା ନରସିଂହପୁରର ମୁଖ୍ୟ ରାସ୍ତାକୁ ଗ୍ରାମବାସୀମାନେ ସ୍ଥାନୀୟ ପ୍ରଶାସନକୁ ଦାୟିକରି ଅବରୋଧ କରିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’