Masthead

ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ ବାତିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ହୁ ହୁ ହୋଇ ବଢ଼ିଲାଣି କରୋନା ସଂକ୍ରମଣ। ଯାହାକୁ ଆଖି ଆଗରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି । ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍ ଏପ୍ରିଲ୍ ୩୦ ଯାଏ ବାତିଲ କରାଯାଇଛି । ଏନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ସମସ୍ତ ବିଭାଗର ନିର୍ଦ୍ଦେଶକ ଓ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ।

ସମସ୍ତ ସରକାରୀ, ସରକାରୀ ସହାୟତାପ୍ରାପ୍ତ ଓ ଘରୋଇ ବିଦ୍ୟାଳୟର ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ ବାତିଲ ନେଇ ନିର୍ଦ୍ଦେଶ ଦିଆଯାଇଛି । ହଷ୍ଟେଲରେ ରହି ପାଠ ପଢ଼ୁଥିବା ଛାତ୍ରଛାତ୍ରୀ ତୁରନ୍ତ ଘରକୁ ଫେରିଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ସ୍କୁଲ୍ କର୍ତ୍ତୃପକ୍ଷ ଅନଲାଇନ୍ ପାଠପଢ଼ା ଜାରି ରଖିବାକୁ କୁହାଯାଇଛି ।

ଅନ୍ୟପଟେ ଏପ୍ରିଲ୍ ୨୫ ଯାଏ ଦଶମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ୍ ପୂର୍ବ ନିଷ୍ପତ୍ତି ଅନୁଯାୟୀ ଜାରି ରହିବାକୁ ନିଷ୍ପତ୍ତି ନିଆଯାଇଛି । ଏହି ଦୁଇ ଶ୍ରେଣୀର ପିଲା ବୋର୍ଡ ଓ କାଉନସିଲ ପରୀକ୍ଷା ଦେବାର ଥିବାରୁ ସେମାନଙ୍କୁ କୋଭିଡ୍ ଗାଇଡଲାଇନ୍ ପାଳନ କରିବାକୁ ପରାମର୍ଶ ଦିଆଯାଇଛି। ଶ୍ରେଣୀଗୃହ ଓ ବିଦ୍ୟାଳୟ ପରିସରରେ କୋଭିଡ୍ କଟକଣାକୁ ମାନି ମୁହଁରେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ସହ ବାରମ୍ବାର ହାତ ଧୋଇବା ଉପରେ ଗୁରୁତ୍ୱ ଦିଆଯାଇଛି । ଯେଉଁ ଛାତ୍ରଛାତ୍ରୀମାନେ ହଷ୍ଟେଲରେ ଅଛନ୍ତି ସେମାନେ  କୋଭିଡ୍ ଗାଇଡଲାଇନକୁ ଅନୁପାଳନ କରିବାକୁ ବିଭାଗ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’