Masthead

ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ ବାତିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ହୁ ହୁ ହୋଇ ବଢ଼ିଲାଣି କରୋନା ସଂକ୍ରମଣ। ଯାହାକୁ ଆଖି ଆଗରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି । ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍ ଏପ୍ରିଲ୍ ୩୦ ଯାଏ ବାତିଲ କରାଯାଇଛି । ଏନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ସମସ୍ତ ବିଭାଗର ନିର୍ଦ୍ଦେଶକ ଓ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ।

ସମସ୍ତ ସରକାରୀ, ସରକାରୀ ସହାୟତାପ୍ରାପ୍ତ ଓ ଘରୋଇ ବିଦ୍ୟାଳୟର ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ ବାତିଲ ନେଇ ନିର୍ଦ୍ଦେଶ ଦିଆଯାଇଛି । ହଷ୍ଟେଲରେ ରହି ପାଠ ପଢ଼ୁଥିବା ଛାତ୍ରଛାତ୍ରୀ ତୁରନ୍ତ ଘରକୁ ଫେରିଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ସ୍କୁଲ୍ କର୍ତ୍ତୃପକ୍ଷ ଅନଲାଇନ୍ ପାଠପଢ଼ା ଜାରି ରଖିବାକୁ କୁହାଯାଇଛି ।

ଅନ୍ୟପଟେ ଏପ୍ରିଲ୍ ୨୫ ଯାଏ ଦଶମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ୍ ପୂର୍ବ ନିଷ୍ପତ୍ତି ଅନୁଯାୟୀ ଜାରି ରହିବାକୁ ନିଷ୍ପତ୍ତି ନିଆଯାଇଛି । ଏହି ଦୁଇ ଶ୍ରେଣୀର ପିଲା ବୋର୍ଡ ଓ କାଉନସିଲ ପରୀକ୍ଷା ଦେବାର ଥିବାରୁ ସେମାନଙ୍କୁ କୋଭିଡ୍ ଗାଇଡଲାଇନ୍ ପାଳନ କରିବାକୁ ପରାମର୍ଶ ଦିଆଯାଇଛି। ଶ୍ରେଣୀଗୃହ ଓ ବିଦ୍ୟାଳୟ ପରିସରରେ କୋଭିଡ୍ କଟକଣାକୁ ମାନି ମୁହଁରେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ସହ ବାରମ୍ବାର ହାତ ଧୋଇବା ଉପରେ ଗୁରୁତ୍ୱ ଦିଆଯାଇଛି । ଯେଉଁ ଛାତ୍ରଛାତ୍ରୀମାନେ ହଷ୍ଟେଲରେ ଅଛନ୍ତି ସେମାନେ  କୋଭିଡ୍ ଗାଇଡଲାଇନକୁ ଅନୁପାଳନ କରିବାକୁ ବିଭାଗ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ