Masthead

GIET ୩ ଦିନ ପାଇଁ ସିଲ୍

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ରାୟଗଡ଼ା ଜିଲ୍ଲା ଗୁଣପୁରସ୍ଥିତ ଗାନ୍ଧି ଇନଷ୍ଟିଚ୍ୟୁଟ୍ ଅଫ୍ ଇଂଜିନିଅରିଂ ଆଣ୍ଡ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟରୁ ୨ କରୋନା ପଜିଟିଭ ଚିହ୍ନଟ । ବର୍ତ୍ତମାନ ତତ୍ପର ହୋଇ ଉଠିଛି ଜିଲ୍ଲା ପ୍ରଶାସନ। ବିଶ୍ୱବିଦ୍ୟାଳୟକୁ ଗୁରୁବାରଠାରୁ ୩ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ଗୁଣୁପୁର ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଆସନ୍ତା ୧୦ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟ ସମ୍ପୂର୍ଣ୍ଣ ବନ୍ଦ ରହିବ ।

ଫଳରେ କ୍ୟାମ୍ପସ ବାହାରେ ଥିବା ଛାତ୍ରଛାତ୍ରୀ, ଷ୍ଟାଫ୍ ଭିତରକୁ ଆସିପାରିବେ ନାହିଁ । ଭିତରେ ଥିବା ଛାତ୍ରଛାତ୍ରୀ ଓ ଷ୍ଟାଫ୍ ବାହାରକୁ ଯାଇ ପାରିବେ ନାହିଁ । କ୍ୟାମ୍ପସ ମଧ୍ୟରେ ଥିବା ସମସ୍ତଙ୍କର ଗୁରୁବାରଠୁ କୋଭିଡ ଟେଷ୍ଟ କରାଯିବ। ମେଡିକାଲ୍ ଟିମକୁ ସହଯୋଗ କରିବା ଲାଗି କ୍ୟାମ୍ପସରେ ଥିବା ଛାତ୍ରଛାତ୍ରୀ ଓ ଷ୍ଟାଫଙ୍କୁ ପରାମର୍ଶ ଦିଆଯାଇଛି। ଏହାବ୍ୟତୀତ କ୍ୟାମ୍ପସ ବାହାରେ ଥିବା ହଷ୍ଟେଲରେ ରହୁଥିବା ପିଲାଙ୍କୁ ମଧ୍ୟ ବାହାରକୁ ବାହାରିବାକୁ ବାରଣ କରାଯାଇଛି।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ