Masthead

କୂଅରେ ଭାସୁଛି ଶବ

ଗଞ୍ଜାମ ( ବଡ଼ ଖବର ବ୍ୟୁରୋ): କୂଅରେ ଭାସୁଛି ମୃତଦେହ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ବେଗୁନିଆପଡା ବ୍ଲକ୍ ବି.ନୂଆପଲ୍ଲୀ ସୀମାନ୍ତରେ ଥିବା ଏକ କୁଅରେ ଭାସୁଛି ଯୁବକଙ୍କ ଗଳିତ ମୃତଦେହ । ଖବର ପାଇ ଘଟଣାସ୍ଥଳରେ ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦୀପ୍ତିରଞ୍ଜନ ବେହେରା ପହଁଚିଥିଲେ ।

ଏହାପରେ ଖଲ୍ଲିକୋଟ ଥାନା ପୋଲିସ ମଧ୍ୟ ପହଁଚି ଘଟଣାର ଅନୁସନ୍ଧାନ କରୁଛନ୍ତି । କୋଦଳା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଯୁବକ ଜଣଙ୍କ ଦାନପୁର ଗ୍ରାମର ଟୁଙ୍ଗୁରୁ ଦାସଙ୍କ ପୁତ୍ର ସୀମାଞ୍ଚଳ ଦାସ ବୋଲି ଜଣାପଡିଛି । ପିଲାଟି ଦିନରୁ ସେ ମାମୁଁ ଘର ଗାଁ ବିରିବଟିଆରେ ରହୁଥିଲା । ତେବେ ମାସେ ତଳୁ ନିଖୋଜ ଥିବା କଥା ସୀମାଞ୍ଚଳଙ୍କ ବାପା କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି