ରାଜ୍ୟର ୪୯୧ କେନ୍ଦ୍ରରେ ଆଜି ଓଟିଇଟି ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ଓଟିଇଟି ପରୀକ୍ଷା । ରାଜ୍ୟର ୪୯୧ ଟି ପରୀକ୍ଷା କେନ୍ଦ୍ରରେ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ପରୀକ୍ଷା ଅନୁଷ୍ଠିତ ହେବ । ମୋଟ୍ ୧ ଲକ୍ଷ  ୨୫ ହଜାର ୮୮୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ । ୨ଟି ପର୍ଯ୍ୟାୟରେ ଏହି ପରୀକ୍ଷା କରାଯିବ । ପ୍ରଥମ ପର୍ଯ୍ୟାୟ ସକାଳ ୮ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟାହ୍ନ ୧୨ ଟାରୁ ଅପରାହ୍ନ ୨ଟା ୩୦ ମଧ୍ୟରେ ହେବ ।

ଏହାସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ପରୀକ୍ଷା ହଲରେ କରୋନା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପରୀକ୍ଷାକୁ ଶୃଙ୍ଖଳିତ ଭାବେ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଏଥିପାଇଁ ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ପୋଲିସ ମହାନିର୍ଦ୍ଦେଶକଙ୍କ ସମେତ ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି ଲେଖିଛନ୍ତି । କରୋନା କଟକଣାକୁ ମାନି କିପରି ସଫଳ ଭାବେ ପରୀକ୍ଷା କରାଯାଇପାରିବ ସେ ନେଇ ଚିଠିରେ ଉଲ୍ଲେଖ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’