Masthead

ଏନକାଉଣ୍ଟରରେ ଚାରି ଆତଙ୍କବାଦୀ ନିହତ

ଶ୍ରୀନଗର (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ କରି ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରୁଛନ୍ତି । ଏହି ଆତଙ୍କବାଦୀମାନେ ପ୍ରଥମେ ଜନବସତିରେ ଲୋକଙ୍କୁ ପଣବନ୍ଦୀ କରିବା ପରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିଥାନ୍ତି । ଆତଙ୍କବାଦୀଙ୍କ ଯୋଗୁଁ ସାଧାରଣ ଲୋକ ବିପଦରେ ପଡୁଥିବା ବେଳେ ସୁରକ୍ଷାକର୍ମୀଙ୍କ ମଧ୍ୟରୁ ଅନେକ ସହିଦ ହେଉଛନ୍ତି । ଦକ୍ଷିଣ କIଶ୍ମୀର ଶୋପିଆଁ ଏବଂ ପୁଲ୍ଓ୍ଵାମା ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀମାନଙ୍କ ମଧ୍ୟରେ ଘଟିଛି ଏନକାଉଣ୍ଟର ।

ଦୁଇଟି ପୃଥକ୍ ଏନକାଉଣ୍ଟରରେ ଚାରିଜଣ ଆତଙ୍କବାଦୀ ନିହତ ଓ ଚାରି ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଜଣେ ସେନା ଅଧିକାରୀଙ୍କ ସମେତ ସେନାର ଚାରିଜଣ ସୈନିକ ଏହି ଏନକାଉଣ୍ଟରରେ ଆହତ ହୋଇଛନ୍ତି। ଆଜି ବଡ଼ି ଭୋରରୁ ପୁଲ୍ଓ୍ଵାମା ଜିଲ୍ଲା ଅନ୍ତର୍ଗତ ତ୍ରାଲ୍ ଅଞ୍ଚଳରେ ଦ୍ୱିତୀୟ ଏନକାଉଣ୍ଟର ଆରମ୍ଭ ହୋଇଛି। ସେଠାରେ ଦୁଇତିନିଜଣ ଆତଙ୍କବାଦୀ ଛପି ରହିଥିବା ଅନୁମାନ କରାଯାଉଛି। ଆତ୍ମଗୋପନ କରିଥିବା ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ ସୁରକ୍ଷାବଳର ଗୁଳିରେ ନିହତ ହୋଇଛନ୍ତି। ଉଭୟ ଜିଲ୍ଲାରେ ଇଣ୍ଟର୍ନେଟ୍ କାଟି ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର