ପର୍ଯ୍ୟଟନସ୍ଥଳୀ ଉପରେ ଲାଗିଲା କଟକଣା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମରେ ପର୍ଯ୍ୟଟନସ୍ଥଳୀ ଉପରେ କଟକଣା ଲଗାଇଲେ ଜିଲ୍ଲାପାଳ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏପରି ନିଷ୍ପତି ନେଇଛି ଜିଲ୍ଲା ପ୍ରଶାସନ । ଶନିବାର- ରବିବାର ବନ୍ଦ ରହିବ ଗୋପାଳପୁର ଓ ସୁନାପୁର ବିଚ୍ । ଏହାସହିତ ସୋମବାର ରାମଲିଙ୍ଗେଶ୍ୱର ପାର୍କ ଓ ତାମ୍ପରା ମଧ୍ୟ ବନ୍ଦ ରହିବ ।

ଏନେଇ ଟ୍ୱିଟ୍ କରି ସୁଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏପରି ନିଷ୍ପତି ନେଇଛି । ଆଜି ଗଞ୍ଜାମ ଜିଲ୍ଲାରୁ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେଣୁ ଆଗକୁ ଯେପରି କରୋନା ସଂକ୍ରମଣ ନ ବଢେ ଏହାକୁ ଲକ୍ଷ କରି ଗଞ୍ଜାମ ଜିଲ୍ଲାପାଳ ଏପରି ନିଷ୍ପତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ