Masthead

ତାତିରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ଖସିପାରେ ଦିନର ତାପମାତ୍ରା । ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ,ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟରେ ବଢିବ ନାହିଁ ତାପମାତ୍ରା ।

ଉତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ଘଡଘଡି ବିଜୁଳି ସହ ବର୍ଷା ପାଇଁ ତାପମାତ୍ରା ହ୍ରାସ ହେବ । କାଳବୈଶାଖୀ ବର୍ଷା ସମେତ କିଛି ସ୍ଥାନରେ କୁଆପଥର ବୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଘଡଘଡି ବିଜୁଳି ସହ ବର୍ଷା ପାଇଁ ୯ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଯାଜପୁର, କେନ୍ଦ୍ରପଡା, କୋରାପୁଟ, ଗଜପତି ଏବଂ ରାୟଗଡା ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଏହି ସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ କୁଆପଥର ବୃଷ୍ଟି ହେବାର ସମ୍ଭାବନା ରହିଛି । ଏହାସହ କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଗଞ୍ଜାମ, ବୌଦ୍ଧ, ସୁନ୍ଦରଗଡ, ମାଲକାନଗିର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ