Masthead

ପଶ୍ଚିମବଙ୍ଗରେ ହିଂସା, ସୁରକ୍ଷାକର୍ମୀଙ୍କ ଗୁଳିରେ ୪ମୃତ

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ଶନିବାର ୪ର୍ଥ ପର୍ଯ୍ୟାୟ ମତଦାନ ସମୟରେ ଅନେକ ସ୍ଥାନରେ ହିଂସାକାଣ୍ଡ ଘଟିଛି। କୁଚବିହାରର ସିତାଲକୁଚିରେ ବିଜେପି ଏବଂ ଟିଏମସି କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି। କୁଇକ ରେସପନ୍ସ ଟିମ୍ (କ୍ୟୁଆରଟି) ମତଦାନ କେନ୍ଦ୍ର ନିକଟରେ ପାଟ୍ରୋଲିଂ କରୁଥିବାବେଳେ ସେମାନଙ୍କ ଉପରେ ଆକ୍ରମଣ କରାଯାଇଛି। ଫଳରେ ସୁରକ୍ଷାକର୍ମୀଙ୍କୁ ଗୁଳିଚାଳନା କରିବାକୁ ପଡ଼ିଛି, ଯେଉଁଥିରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ପୁଲିସ ପକ୍ଷରୁ କୁହାଯାଇଛି ।

ମିଳିଥିବା ସୂଚନା ଅନୁସାରେ, ସୀତାଲକୁଚିରେ କେତେଜଣ ଆତଙ୍କସୃଷ୍ଟିକାରୀ କୁଇକ୍ ରେସପନ୍ସ ଟିମ ଗାଡ଼ି ଭଙ୍ଗାରୁଜା କରିଥିଲେ। ଗଣ୍ଡଗୋଳକାରୀମାନେ କ୍ୟୁଆରଟି ସୁରକ୍ଷାକର୍ମୀଙ୍କ ଉପରେ ଆକ୍ରମଣ କରିବାକୁ ଉଦ୍ୟମ କରିବା ସମୟରେ ସେମାନେ ୫ ରାଉଣ୍ଡ ଗୁଳି ଚାଳନା କରିଥିଲେ। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ୫/୧୨୬ ନମ୍ବର ବୁଥରେ ଘଟିଥିବା ଏହି ଘଟଣାରେ ହମିଦୁଲ ହକ୍, ମନିରୁଲ ହକମ, ସମୀୟଲ ହକ୍ ଏବଂ ଅଜମଦ ହୁସେନଙ୍କ ମୃତ୍ୟୁ ଘଟିଥିବା ଟିଏମସି ପକ୍ଷରୁ କୁହାଯାଇଛି। ଅନ୍ୟପଟେ ନିର୍ବାଚନ ଆୟୋଗ ଏହି ଘଟଣାକୁ ନେଇ ଡିଇଓଙ୍କୁ ୧ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା