କଟକ (ବଡ଼ ଖବର ବ୍ୟୁରୋ): ଏସିବି ମେଡିକାଲ ନର୍ସିଂ କଲେଜ ବନ୍ଦ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସିଏସଙ୍କ ନିର୍ଦ୍ଦେଶରେ ବନ୍ଦ ନିଷ୍ପତ୍ତି ନିଆଯାଇଛି । ଏଥିଯୋଗୁଁ ଶନିବାର ସନ୍ଧ୍ୟା ୫ଟା ସୁଦ୍ଧା ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ପର୍ଯ୍ୟନ୍ତ ବନ୍ଦ ରହିବ ନର୍ସିଂ କଲେଜ ।
ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୮୧୮୨ରେ ପହଞ୍ଚିଛି । କଟକରେ ମୋଟ୍ ୨୯୮୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୯୩୮୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।