Masthead

ଏମାର ମଠରୁ ପୁଣି ମିଳିଲା ରୁପାଇଟା

ପୁରୀ (ବଡ଼ ଖବର ବ୍ୟୁରୋ): ପୁଣି ଚର୍ଚ୍ଚାରେ ପୁରୀର ଏମାର ମଠ । ଏମାର ମଠରୁ ପୁଣି ମିଳିଲା ରୁପାଇଟା । ଏମାର ମଠ ମୁଖ୍ୟ ଗାଦି ପଛପଟେ ଖୋଳା ଚାଲିଥିବା ବେଳେ ମିଳିଲା ଏହି ଇଟା । ଏକାଧିକ ରୁପାଇଟା ମିଳିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି । ଏବେ ମଠର ଚାଲିଛି ସମ୍ପତ୍ତି ଆକଳନ । ଶୁକ୍ରବାର ଜୋର ଜବରଦସ୍ତ ନୂଆ ମହନ୍ତଙ୍କୁ ଅପସ୍ଥାପିତ କରିଥିଲା ପ୍ରଶାସନ । ମଠର ନୂଆ ଟ୍ରଷ୍ଟି କାର୍ଯ୍ୟଭାର ଗ୍ରହଣ କରିଥିଲେ ।

ପୁରୀର ଏହି ଐତିହ୍ୟ ସଂପନ୍ନ ମଠର ପରିଚାଳନା ଦାୟିତ୍ୱ ଟ୍ରଷ୍ଟ ହାତକୁ ଯିବା ପରେ ମଧ୍ୟ ମଠର ମହନ୍ତ ମହାରାଜ ଏଥିରେ ସହଯୋଗ କରୁନଥିଲେ । ଏହି ପ୍ରସଙ୍ଗକୁ ନେଇ ମଠର ନୂଆ ଟ୍ରଷ୍ଟ ବୋର୍ଡ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ । ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମଠର ଟ୍ରଷ୍ଟର ନୂଆ ସଦସ୍ୟମାନେ ମଠରେ ପ୍ରବେଶ କରିଥିଲେ ।

ଏହି ସମୟରେ ମଠରୁ କିଛି ଅଳଙ୍କାର ଠାବ ହୋଇଥିଲା । ମଠ ଭିତରେ ପୂଜା ପାଉଥିବା ରାମାନୂଜଙ୍କ ମୂର୍ତ୍ତି ଓ ମୂର୍ତ୍ତିରେ ଲାଗୁଥିବା ଅଳଙ୍କାର ଓ ଝୁଲଣ ବେଶରେ ଲାଗୁଥିବା ସମସ୍ତ ଅଳଙ୍କାରର ତାଲିକା ପ୍ରସ୍ତୁତ କରାଯିବ ବୋଲି କହିଥିଲା ପ୍ରଶାସନ । ୨୦୧୧ରେ ମଧ୍ୟ ଏମାର ମଠରୁ ୫୧୧ ଖଣ୍ଡ ରୁପାଇଟା ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ