ଏମାର ମଠରୁ ପୁଣି ମିଳିଲା ରୁପାଇଟା

ପୁରୀ (ବଡ଼ ଖବର ବ୍ୟୁରୋ): ପୁଣି ଚର୍ଚ୍ଚାରେ ପୁରୀର ଏମାର ମଠ । ଏମାର ମଠରୁ ପୁଣି ମିଳିଲା ରୁପାଇଟା । ଏମାର ମଠ ମୁଖ୍ୟ ଗାଦି ପଛପଟେ ଖୋଳା ଚାଲିଥିବା ବେଳେ ମିଳିଲା ଏହି ଇଟା । ଏକାଧିକ ରୁପାଇଟା ମିଳିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି । ଏବେ ମଠର ଚାଲିଛି ସମ୍ପତ୍ତି ଆକଳନ । ଶୁକ୍ରବାର ଜୋର ଜବରଦସ୍ତ ନୂଆ ମହନ୍ତଙ୍କୁ ଅପସ୍ଥାପିତ କରିଥିଲା ପ୍ରଶାସନ । ମଠର ନୂଆ ଟ୍ରଷ୍ଟି କାର୍ଯ୍ୟଭାର ଗ୍ରହଣ କରିଥିଲେ ।

ପୁରୀର ଏହି ଐତିହ୍ୟ ସଂପନ୍ନ ମଠର ପରିଚାଳନା ଦାୟିତ୍ୱ ଟ୍ରଷ୍ଟ ହାତକୁ ଯିବା ପରେ ମଧ୍ୟ ମଠର ମହନ୍ତ ମହାରାଜ ଏଥିରେ ସହଯୋଗ କରୁନଥିଲେ । ଏହି ପ୍ରସଙ୍ଗକୁ ନେଇ ମଠର ନୂଆ ଟ୍ରଷ୍ଟ ବୋର୍ଡ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ । ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମଠର ଟ୍ରଷ୍ଟର ନୂଆ ସଦସ୍ୟମାନେ ମଠରେ ପ୍ରବେଶ କରିଥିଲେ ।

ଏହି ସମୟରେ ମଠରୁ କିଛି ଅଳଙ୍କାର ଠାବ ହୋଇଥିଲା । ମଠ ଭିତରେ ପୂଜା ପାଉଥିବା ରାମାନୂଜଙ୍କ ମୂର୍ତ୍ତି ଓ ମୂର୍ତ୍ତିରେ ଲାଗୁଥିବା ଅଳଙ୍କାର ଓ ଝୁଲଣ ବେଶରେ ଲାଗୁଥିବା ସମସ୍ତ ଅଳଙ୍କାରର ତାଲିକା ପ୍ରସ୍ତୁତ କରାଯିବ ବୋଲି କହିଥିଲା ପ୍ରଶାସନ । ୨୦୧୧ରେ ମଧ୍ୟ ଏମାର ମଠରୁ ୫୧୧ ଖଣ୍ଡ ରୁପାଇଟା ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ