Masthead

ଆଜିଠୁ ଟିକା ଉତ୍ସବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବଢିବାରେ ଲାଗିଛି କରୋନା ଗ୍ରାଫ । ଏହାକୁ ନେଇ ଚିନ୍ତାରେ ଦେଶବାସୀ । କେଉଁଠି ନାଇଟ କର୍ଫ୍ୟୁ ତ କେଉଁଠି ସପ୍ତାହନ୍ତ ଲକଡ଼ାଉନ ମଧ୍ୟ ଲାଗୁ ହେଲାଣି । କିଛି ଦିନ ହେବ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ପାର କରିଛି । ସର୍ବାଧିକ ଆକ୍ରାନ୍ତ ମହାରାଷ୍ଟ୍ରରୁ ଚିହ୍ନଟ ହୋଇଛନ୍ତି । ଅନ୍ୟ ରାଜ୍ୟଗୁଡ଼ିକରେ ମଧ୍ୟ ଏହା ଧିରେ ଧିରେ ବଢିବାରେ ଲାଗିଛି ।

ମହାମାରୀ କରୋନାକୁ ହରାଇବା ପାଇଁ ଆଜିଠାରୁ ଆରମ୍ଭ ହୋଇଛି ଟିକା ଉତ୍ସବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ଆସନ୍ତା ୧୪ ତାରିଖ ଯାଏଁ ସାରା ଦେଶରେ ଟିକା ଉତ୍ସବ ପାଳନ ହେବ। କରୋନା ନିୟନ୍ତ୍ରଣ ପାଇଁ ସାରା ଦେଶରେ ଟିକା ଉତ୍ସବର ଆୟୋଜନ କରାଯାଇଛି ।

ଲୋକମାନଙ୍କୁ କିଭଳି ଅଧିକରୁ ଅଧିକ ଟିକାକରଣ ପ୍ରକ୍ରିୟାରେ ସାମିଲ କରାଯାଇପାରିବ ସେ ନେଇ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଟିକା ନେଲା ପରେ ବି ମାସ୍କ ପିନ୍ଧିବା, ଅବହେଳା ନକରିବା ଏବଂ ସର୍ତକ ରହିବା ପାଇଁ କହିଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହ ଏହି ଉତ୍ସବରେ ଯୋଗଦେବାକୁ ଜନସାଧାରଣଙ୍କୁ ଅପିଲ୍ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ