Masthead

ବିତିଲା ୧୫ ଘଣ୍ଟା, ହାଇଦରର ଟେର୍ ପାଉନି ପୋଲିସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗ୍ୟାଙ୍ଗଷ୍ଟର ହାଇଦରର ଫେରାର ହେବା ୧୫ ଘଣ୍ଟା ବିତିଗଲାଣି ଅଥଚ ଏଯାଏଁ ଟେର ପାଉନି ପୋଲିସ। ଗତକାଲି ସନ୍ଧ୍ୟାରୁ କଟକ ବଡ଼ ମେଡିକାଲରୁ କୁଖ୍ୟାତ ଅପରାଧୀ ହାଇଦର ଫେରାର ହୋଇଯାଇଥିଲା । ତାକୁ ଖୋଜିବା ପାଇଁ ଏକାଧିକ ସ୍ପେଶାଲ ସ୍କ୍ୱାଡ୍‌ ଗଠନ କରାଯାଇ ସର୍ଚ୍ଚ ଅପରେସନ ଚାଲିଛି।

କଟକ ସହର ସମେତ ସୀମାବତ୍ତୀ ଜିଲ୍ଲାର ପୁଲିସକୁ ମଧ୍ୟ ଆଲର୍ଟ କରାଯାଇଛି। ରାଜ୍ୟ ରାଜପଥ ଓ ଜାତୀୟ ରାଜପଥର ଉଭୟ ପଟରୁ ଆସୁଥିବା ଗାଡିଗୁଡିକୁ ପୁଲିସ ଅଟକାଇ ତନତନ କରି ଯାଞ୍ଚ କରିଛି। ତଥାପି ହାଇଦରକୁ ଧରିବାରେ ପୋଲିସ ବିଫଳ ହୋଇଛି। ଏନେଇ ଗତକାଲି କଟକ ଡିସିପି ପ୍ରତୀକ ସିଂଙ୍କ କାର୍ଯ୍ୟାଳୟରେ ମଧ୍ୟ କମିଶନରେଟ୍ ପୁଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ପୁଲିସ୍ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକ ବସିଥିଲା। ହାଇଦରକୁ ଧରିବାକୁ ହୋଇଥିବା ଅପରେସନରେ ବଛାବଛା ପୁଲିସ ଅଧିକାରୀଙ୍କୁ ସାମିଲ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’