Masthead

ନିଦ୍ରିତ ସ୍ୱାମୀଙ୍କୁ ହତ୍ୟା କଲା ସ୍ତ୍ରୀ

ସୁନ୍ଦରଗଡ଼ (ବଡ଼ ଖବର ବ୍ୟୁରୋ) ସ୍ୱାମୀ-ସ୍ତ୍ରୀର ସମ୍ପର୍କ ଯୁଗ ଯୁଗର । ଅଗ୍ନିକୁ ସାକ୍ଷୀରଖି ଦୁହେଁ ଦୁହିଁଙ୍କ ହାତ ଧରିଥିଲେ । ଜଣକ ଉପରେ ପତର ପଡିଲେ ଅନ୍ୟ ଜଣକ ଦେହରେ ପଥର ପଡୁଥିଲା । ହେଲେ ସବୁ ବଦଳିଗଲା । ସ୍ତ୍ରୀ ଭୁଲିଗଲା ସମ୍ପର୍କ । ପାଲଟିଲା ରାକ୍ଷସୀ । ଆଉ ନିଦ୍ରିତ ସ୍ୱାଙ୍କୁ କଲା ହତ୍ୟା । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ବାଲିଶଙ୍କରା ଶୁଖା ମହାଦେବ ଡୁଙ୍ଗରିପଡ଼ାରେ । ମୃତକ ହେଲେ ପ୍ରକାଶ କୁଜୁର ।

ସୂଚନା ଅନୁସାରେ ଶନିବାର କୌଣସି କଥାକୁ ନେଇ ସ୍ଵାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଉତକ୍ଷିପ୍ତ ହୋଇ ସ୍ବାମୀ ସ୍ତ୍ରୀକୁ ମାଡ଼ ମାରିଥିଲେ। ପରେ ଉଭୟ ଚୁପ ହୋଇ ଯାଇଥିଲେ। ରାତିରେ ସ୍ବାମି ପ୍ରକାଶ ଖଟରେ ଶୋଇଯିବା ପରେ, ସ୍ତ୍ରୀ ଏକ ଲୁହା ପାଇପରେ ତାଙ୍କ ମୁଣ୍ଡକୁ ପ୍ରହାର କରିଥିଲା। କ’ଣ ଘଟୁଛି ଜାଣିବାକୁ ପ୍ରକାଶକୁ ସୁଯୋଗ ଦେଇ ନଥିଲା ସ୍ତ୍ରୀ। ପ୍ରହାର ପରେ ପ୍ରହାର କରିବା ପରେ ପ୍ରକାଶଙ୍କ ପ୍ରାଣ ଚାଲିଯାଇଥିଲା। ଖବର ପାଇ ତଳସରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରି ବ୍ୟଵଚ୍ଛେଦ ପାଇଁ ପଠାଇଵା ସହ ରକ୍ତଭିଜା ଲୁହା ପାଇପକୁ ଜବତ କରି ତଦନ୍ତ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା