ସରେଣ୍ଡର କଲା ହାଇଦରର ସାଥୀ ସଲ୍ଲୁ

କଟକ (ବଡ଼ ଖବର ବ୍ୟୁରୋ): ଗ୍ୟାଙ୍ଗଷ୍ଟର ହାଇଦରର ଫେରାର ହେବା ୨ଦିନ ବିତିଗଲାଣି । ଏଯାଏଁ ତାର ଟେର ପାଉନି ପୋଲିସ। ଶନିବାର ସନ୍ଧ୍ୟାରୁ କଟକ ବଡ଼ ମେଡିକାଲରୁ କୁଖ୍ୟାତ ଅପରାଧୀ ହାଇଦର ଫେରାର ହୋଇଯାଇଥିଲା । ତାକୁ ଖୋଜିବା ପାଇଁ ପୋଲିସ ପକ୍ଷରୁ ଗଠନ ହୋଇଛି ଏକାଧିକ ସ୍କ୍ୱାଡ । ଜାରି ରହିଛି ସର୍ଚ୍ଚ ଅପରେସନ ।

କଟକ ସହର ସମେତ କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂପୁର ଜିଲ୍ଲାର ପୋଲିସକୁ ମଧ୍ୟ ଆଲର୍ଟ କରାଯାଇଛି। ରାଜ୍ୟ ରାଜପଥ ଓ ଜାତୀୟ ରାଜପଥର ଉଭୟ ପଟରୁ ଆସୁଥିବା ଗାଡିଗୁଡିକୁ ପୋଲିସ ଅଟକାଇ ତନ ତନ କରି ଯାଞ୍ଚ କରୁଛି। ତଥାପି ହାଇଦରକୁ ଧରିବାରେ ପୋଲିସ ବିଫଳ ହୋଇଛି। ଆଜି ଗ୍ୟାଙ୍ଗଷ୍ଟର ହାଇଦରର ସହଯୋଗୀ ସଲ୍ଲୁ ଓରଫ ୟାକୁବ ଆତ୍ମସମର୍ପଣ କରିଛି।

କଟକ ଚାଉଳିଆଗଞ୍ଜ ଥାନାରେ ସେ ଆତ୍ମସମର୍ପଣ କରିଛି। ପୋଲିସକୁ ପୂରା ସହଯୋଗ କରିବାକୁ କହିଛି ସଲ୍ଲୁ । ସେ ଏସସିବିରେ ହାଇଦରକୁ ବିରିୟାନି ଦେଇଥିଲା । ହାଇଦର ଫେରାର ଘଟଣାରେ ଜେଲ ଡିଆଇଜି ଶୁଭକାନ୍ତ ମିଶ୍ର କହିଛନ୍ତି ପୋଲିସକୁ ତଦନ୍ତରେ ସମସ୍ତ ସହଯୋଗ କରୁଛୁ। ସମ୍ବଲପୁର ଜେଲର କୌଣସି କର୍ମଚାରୀଙ୍କ ବିରୋଧରେ ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ