Masthead

ପିପିଲି ଉପନିର୍ବାଚନ ସ୍ଥଗିତ

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଘଟିଛି। ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ବରର ଏକ ଘେରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଗତ ସପ୍ତାହରେ ଅଜିତ ମଙ୍ଗରାଜ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ କୋଭିଡ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା।

ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତ୍ତର ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଡେଲାଙ୍ଗ ବ୍ଲକ ଆଙ୍କେଇ ଗାଁର ଅଜିତ ୨୦୧୯ ସାଧାରଣ ନିର୍ବାଚନରେ ପିପିଲିରେ କଂଗ୍ରେସ ପକ୍ଷରୁ ବିଧାୟକ ପ୍ରାର୍ଥୀ ହୋଇଥିଲେ । ପୂର୍ବରୁ ସେ ଏହି ଆସନରୁ ସ୍ୱାଧୀନ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ । ତାଙ୍କ ବିୟୋଗରେ ପିପିଲି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ