Masthead

ପିପିଲି ଉପନିର୍ବାଚନ ସ୍ଥଗିତ

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଘଟିଛି। ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ବରର ଏକ ଘେରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଗତ ସପ୍ତାହରେ ଅଜିତ ମଙ୍ଗରାଜ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ କୋଭିଡ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା।

ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତ୍ତର ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଡେଲାଙ୍ଗ ବ୍ଲକ ଆଙ୍କେଇ ଗାଁର ଅଜିତ ୨୦୧୯ ସାଧାରଣ ନିର୍ବାଚନରେ ପିପିଲିରେ କଂଗ୍ରେସ ପକ୍ଷରୁ ବିଧାୟକ ପ୍ରାର୍ଥୀ ହୋଇଥିଲେ । ପୂର୍ବରୁ ସେ ଏହି ଆସନରୁ ସ୍ୱାଧୀନ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ । ତାଙ୍କ ବିୟୋଗରେ ପିପିଲି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ