Masthead

ଶିଳ୍ପନଗରୀରେ ବଢି ଛାଲିଛି ସଂକ୍ରମଣ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି କରୋନାର ଦ୍ଵିତୀୟ ଲହର । ଶିଳ୍ପନଗରୀ ଅନୁଗୁଳ ଜିଲ୍ଲାରେ ବଢି ଛାଲିଛି କରୋନା ସଂକ୍ରମଣ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବଢି ଚାଲିଛି । ପୋଲିସ ଓ ପ୍ରଶାସନ ପକ୍ଷରୁ ଏଥିପାଇଁ ବ୍ୟାପକ କଟକଣା ଜାରି କରାଯାଉଛି। ସଂକ୍ରମଣ କମିବାର ନାଁ ଧରୁନି । ଗତ ୭ ଦିନର ରିପୋର୍ଟକୁ ଦେଖିଲେ, ଜିଲ୍ଲାରେ ୨୩୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡିଛି । ଚଳିତ ମାସ ୮ ତାରିଖରେ ୩୩ ଜଣ , ୯ ତାରିଖରେ ୪୫ ଜଣ , ୧୦ ତାରିଖରେ ୨୫ ଜଣ , ୧୧ ତାରିଖରେ ୩୬ ଜଣ , ୧୨ ତାରିଖରେ ୩୩ ଜଣ , ୧୩ ତାରିଖରେ ୪୩ ଜଣ ଓ ୧୪ ତାରିଖରେ ୬୫ ଜଣ ଜିଲ୍ଲାରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ପ୍ରଶାସନ ପକ୍ଷରୁ ଦିଆଯାଇଥିବା ଏହି ରିପୋର୍ଟକୁ ଦେଖିଲେ ସହଜରେ ଅନୁମାନ କରାଯାଇପାରେ ଯେ ଜିଲ୍ଲାରେ କରୋନା କେଉଁଭଳି ଭାବରେ କାୟା ମେଲାଇବାରେ ଲାଗିଛି । ଜିଲ୍ଲାରେ ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଟେଷ୍ଟିଂ ମଧ୍ୟ ବୃଦ୍ଧି କରାଯାଇଛି । ପ୍ରତ୍ୟେକ ଛକ ଜାଗା, ବଜାର ଓ ବସଷ୍ଟାଣ୍ଡ ଆଦି ସ୍ଥାନ ମାନଙ୍କରେ ପରୀକ୍ଷା କରାଯାଉଛି । ସେପଟେ ପୁଲିସ ପକ୍ଷରୁ ମାସ୍କ ଓ ସାମାଜିକ ଦୂରତାକୁ କଡାକଡି ଯାଞ୍ଚ କରାଯାଇଛି । ଅନୁଗୁଳ ବଜାରରେ ଭିଡ ନିୟନ୍ତ୍ରଣ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାରିକେଟ କରାଯିବା ସହ ଯାଞ୍ଚ କରାଯାଉଛି । ଅମାନିଆଙ୍କ ଠାରୁ ଫାଇନ ଆଦାୟ କରାଯିବା ସହ କଟକଣା ଉଲ୍ଲଙ୍ଘନ କରୁଥିବା ଦୋକାନ ମଧ୍ୟ ସିଲ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ