Masthead

ସ୍ଥଗିତ ରହିଲା ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଛାତ୍ରଛାତ୍ରୀଙ୍କ ପାଇଁ ଖୁସୀ ଖବର । ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବଢୁଥିବା କୋଭିଡ କେଶକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର । ଛାତ୍ରଛାତ୍ରୀମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାଫଳରେ ଆସନ୍ତା ମେ ୩ରେ ହେବାକୁ ଥିବା ଦଶମ ଓ ୧୮ ତାରିଖରେ ହେବାକୁ ଥିବା ଦ୍ୱାଦଶ ଶ୍ରେଣୀର ପରିକ୍ଷାକୁ ସ୍ଥଗିତ ରଖାଯାଇଛି । ଆସନ୍ତା ୧୯ ତାରିଖ ଅର୍ଥାତ ସୋମାବାର ଦିନଠାରୁ ରାଜ୍ୟର ସମସ୍ତ ସ୍କୁଲ ଓ ହଷ୍ଟେଲ ବନ୍ଦ ରଖିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ତେବେ ଜୁନ ପ୍ରଥମ ସପ୍ତାହରେ କୋଭିଡର ସ୍ଥିତିକୁ ଦେଖି ପରବର୍ତ୍ତୀ ନିଷ୍ପତି ନିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ପାଇଁ ନିଷ୍ପତି ନିଆଯିବ । ୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ବାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ। ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ । ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ତା.୧୯.୪.୨୧ରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ । ଏହି ନିଷ୍ପତ୍ତି ଓଡ଼ିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଅଶାନ୍ତ ମଣିପୁର, ୫ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ 🔴 ରାୟଗଡା ବିଜେଡିରେ ଜଳଜଳ ଦିଶୁଛି ଗୋଷ୍ଠୀ କନ୍ଦଳ 🔴 ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ 🔴 ୪୪ ଡିଗ୍ରୀ ଛୁଇଁପାରେ ତାତି 🔴 ଭକ୍ତଙ୍କ ପାଇଁ ଲଞ୍ଚ ହେଲା ‘ଶ୍ରୀ ଜଗନ୍ନାଥ ଧାମ୍’ ଆପ୍ 🔴 ୟୁକ୍ରେନ ଉପରେ ଋଷର ଡ୍ରୋନ-କ୍ଷେପଣାସ୍ତ୍ର ମାଡ଼ 🔴 ଛତିଶଗଡରେ ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର 🔴 ବକ୍ସ ଅଫିସରେ ଧମାଲ, ୨ୟ ଦିନରେ ୪୦କୋଟି ଇନକମ୍ 🔴 ପାଣି ପାଇଁ ଚିନ୍ତାରେ ପାକିସ୍ତାନ, ଭାରତକୁ ୪ଥର ଲେଖିଲାଣି ଚିଠି 🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ଅଶାନ୍ତ ମଣିପୁର, ୫ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ 🔴 ରାୟଗଡା ବିଜେଡିରେ ଜଳଜଳ ଦିଶୁଛି ଗୋଷ୍ଠୀ କନ୍ଦଳ 🔴 ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ 🔴 ୪୪ ଡିଗ୍ରୀ ଛୁଇଁପାରେ ତାତି 🔴 ଭକ୍ତଙ୍କ ପାଇଁ ଲଞ୍ଚ ହେଲା ‘ଶ୍ରୀ ଜଗନ୍ନାଥ ଧାମ୍’ ଆପ୍ 🔴 ୟୁକ୍ରେନ ଉପରେ ଋଷର ଡ୍ରୋନ-କ୍ଷେପଣାସ୍ତ୍ର ମାଡ଼ 🔴 ଛତିଶଗଡରେ ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର 🔴 ବକ୍ସ ଅଫିସରେ ଧମାଲ, ୨ୟ ଦିନରେ ୪୦କୋଟି ଇନକମ୍ 🔴 ପାଣି ପାଇଁ ଚିନ୍ତାରେ ପାକିସ୍ତାନ, ଭାରତକୁ ୪ଥର ଲେଖିଲାଣି ଚିଠି 🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ