Masthead

ସ୍ଥଗିତ ରହିଲା ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଛାତ୍ରଛାତ୍ରୀଙ୍କ ପାଇଁ ଖୁସୀ ଖବର । ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବଢୁଥିବା କୋଭିଡ କେଶକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର । ଛାତ୍ରଛାତ୍ରୀମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାଫଳରେ ଆସନ୍ତା ମେ ୩ରେ ହେବାକୁ ଥିବା ଦଶମ ଓ ୧୮ ତାରିଖରେ ହେବାକୁ ଥିବା ଦ୍ୱାଦଶ ଶ୍ରେଣୀର ପରିକ୍ଷାକୁ ସ୍ଥଗିତ ରଖାଯାଇଛି । ଆସନ୍ତା ୧୯ ତାରିଖ ଅର୍ଥାତ ସୋମାବାର ଦିନଠାରୁ ରାଜ୍ୟର ସମସ୍ତ ସ୍କୁଲ ଓ ହଷ୍ଟେଲ ବନ୍ଦ ରଖିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ତେବେ ଜୁନ ପ୍ରଥମ ସପ୍ତାହରେ କୋଭିଡର ସ୍ଥିତିକୁ ଦେଖି ପରବର୍ତ୍ତୀ ନିଷ୍ପତି ନିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ପାଇଁ ନିଷ୍ପତି ନିଆଯିବ । ୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ବାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ। ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ । ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ତା.୧୯.୪.୨୧ରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ । ଏହି ନିଷ୍ପତ୍ତି ଓଡ଼ିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼