Masthead

ସାରା ରାଜ୍ୟରେ ଲାଗୁହେଲା ନାଇଟକର୍ଫ୍ୟୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଠିରେ ରଖି ରାଜ୍ୟ ସରକାରଙ୍କର ବଡ଼ ନିଷ୍ପତି । ପୁଣି ଫେରିଲା ପୁରୁଣା କଟକଣା । ଆସନ୍ତା କାଲିଠାରୁ ରାଜ୍ୟବ୍ୟାପି ଲାଗୁହେବ ନାଇଟ କର୍ଫ୍ୟୁ । ଏଥିସହିତ ଛତିଶଗଡ଼ ସିମାନ୍ତବର୍ତ୍ତୀ ୧୦ ଜିଲ୍ଲାରେ ସ୍ପାହିକ ସଟଡାଉନ ସହ ସନ୍ଧ୍ୟା ୬ରୁ ସକାଳ ୫ଟା ପର୍ଯ୍ୟନ୍ତ ଓ ଅନ୍ୟା ୨୦ ଜିଲ୍ଲାରେ ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟକର୍ଫ୍ୟୁ ବଳବତ୍ତର ରହିବ । ଅତ୍ୟାବଶ୍ୟକୀୟ ସ୍ଥଳେ ପରିଚୟପତ୍ର ଦେଖାଇ ଯାଇପାରିବେ ଲୋକେ । ଏନେଇ ଆଜି ସୂଚନା ଦେଇଛନ୍ତିି  ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର  । ସୀମାବର୍ତ୍ତୀ ଯେଉଁ ୧୦ଟି ଜିଲ୍ଲା ଯଥା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ରାତି ୯ରୁ ସକାଳ ୫ଟା ପର୍ୟ୍ୟନ୍ତ ନାଇଟ୍ କର୍ଫ୍ୟୁ ବଳବତ୍ତର ରହିଥିଲା । କିନ୍ତୁ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାରୁ ସରକାର ଏସବୁ ଜିଲ୍ଲାରେ ରାତି ୯ଟା ପରିବର୍ତ୍ତେ ସନ୍ଧ୍ୟା ୬ଟାରୁ ସକାଳ ୫ଟା ପର୍ୟ୍ୟନ୍ତ ନାଇଟକର୍ଫ୍ୟୁ ଲାଗୁ କରିବେ । ଏସବୁ ଜିଲ୍ଲାରେ ପ୍ରତି ଶନିବାର ଓ ରବିବାର ସାପ୍ତାହିକ ଶଟଡାଉନ୍ ହେବ । ଗ୍ରାମାଞ୍ଚଳ ଗୁଡ଼ିକରେ ରାତି ୯ରୁ ସକାଳ ୬ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ ବଳବତ୍ତର ରହିବ । ତେବେ ଏହି କଟକଣାରୁ ମାଲପରିବହ ଗାଡିକୁ ବାଦ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ