Masthead

ଓଡ଼ିଶା ଫେରିଲା କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଫେରିଲା ଗ୍ୟାଙ୍ଗଷ୍ଟର ହାଇଦର । ହାଇଦରକୁ ବିମାନ ଯୋଗେ ଆଣିଲା କମିଶନରେଟ ପୋଲିସ । କଡା ସୁରକ୍ଷା ମଧ୍ୟରେ ହାଇଦରକୁ ଆଣାଗଲା ଭୁବନେଶ୍ୱର । ଗୁରୁବାର ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲ୍ଲାରୁ ଗିରଫ କରିଥିଲା କମିଶନରେଟ ପୋଲିସର ଏକ ସ୍ୱତନ୍ତ୍ର ଟିମ । ତେଲେଙ୍ଗାନା ପୁଲିସ ସହାୟତାରେ କମିଶନରେଟ ପୋଲିସଗୁରୁବାର ସନ୍ଧ୍ୟାରେ ହାଇଦରକୁ କାବୁ କରିଥିଲା । ମୋଟର ସାଇକେଲରେ ସେ ଯାଉଥିବା ବେଳେ ପୋଲିସ ତାକୁ ପିଛା କରିଥିଲା । ଶେଷରେ ହାଇଦରକୁ କାବୁ କରିବାରେ ସଫଳ ହୋଇଥିଲା ପୋଲିସ ।

ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ପରେ ତାକୁ ପଚରା ଉଚରା କରାଯିବ । ସେ କେମିତି ଫେରାର ହେଲା , କେଉଁ ବାଟ ଦେଇ ସେ ତେଲେଙ୍ଗାନା ଯାଇଥିଲା, ତାଙ୍କୁ ଏଥିରେ କିଏ ସହାୟତା କରିଥିଲା ସେ ନେଇ ଜେରା କରାଯିବ । ଏହି ଦୁର୍ଦ୍ଦାନ୍ତ ଅପରାଧୀକୁ ଧରିବାରେ ହାଇଦ୍ରାବାଦ ସିଟି ପୋଲିସର ଟାସ୍କଫୋର୍ସ ସମେତ ତେଲେଙ୍ଗାନାର କିଛି ପୋଲିସ ଟିମ୍ ସହାୟତା କରିଥିଲେ । ତାକୁ ଧରିବା ପାଇଁ କଟକ ସିଟି ପୋଲିସର ଦୁଇଟି ଟିମ ତେଲେଙ୍ଗାନା ଯାଇଥିଲା । ଧରାପଡିବା ପରେ କଟକ ପୋଲିସ ହାଇଦରକୁ ଚିହ୍ନଟ କରିଛି ବୋଲି ପୋଲିସ କମିଶନର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ