Masthead

୨୪ ଘଣ୍ଟାରେ ୨ଲକ୍ଷ ସଂକ୍ରମିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ମାଡ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବିଗିଡ଼ିବାରେ ଲାଗିଛି ସ୍ଥିତି । ଚିନ୍ତାରେ ଦେଶବାସୀ । ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୧୭ ହଜାର ୩୫୩ ଜଣ କରୋନାରେ ସଂକ୍ରମିତ ହୋଇଥିବାବେଳେ ୧,୧୮୫ ଜଣଙ୍କର ମୃତ୍ୟୁ ଘଟିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୧୭ ହଜାର ୩୫୩ ଜଣ କରୋନାରେ ସଂକ୍ରମିତ ହୋଇଥିବାବେଳେ ୧୧୮୫ ଜଣ ପ୍ରାଣ ହରାଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୨ ଲକ୍ଷ ୯୧ ହଜାର ୯୧୭ରେ ପହଞ୍ଚିଛି। ସେହିପରି ମୋଟ୍ ୧ ଲକ୍ଷ ୭୪ ହଜାର ୩୦୮ ଲୋକ ପ୍ରାଣ ହରାଇଛନ୍ତି।

ଦିଲ୍ଲୀରେ ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୧୬୬୯୯ ଟି ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ୧୧୨ ଜଣଙ୍କର ମୃତ୍ୟୁ ଘଟିଛି। ଏହାପୂର୍ବରୁ ବୁଧବାର ଦିଲ୍ଲୀରେ ୧୭୨୮୨ଟି ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଦିଲ୍ଲୀରେ ୭ ଲକ୍ଷ ୮୪ ହଜାର ୧୩୭ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି ଏବଂ ୧୧୬୫୨ ଜଣ ଲୋକ ପ୍ରାଣ ହରାଇଛନ୍ତି। ଦିଲ୍ଲୀରେ ସଂକ୍ରମିତ ସଂଖ୍ୟା ୫୪ ହଜାର ୩୦୯କୁ ବୃଦ୍ଧି ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ସମଗ୍ର ଦେଶରେ ୧ ଲକ୍ଷ ୧୮ ହଜାର ୩୦୨ ଜଣ ଆରୋଗ୍ୟ ହୋଇଛନ୍ତି। ନୂଆ ଆରୋଗ୍ୟ ସଂଖ୍ୟାକୁ ମିଶାଇ ଏଯାବତ ୧ କୋଟି ୨୫ ଲକ୍ଷ ୪୭ ହଜାର ୮୬୬ ଆରୋଗ୍ୟ ହୋଇଛନ୍ତି। ଏବେ ଭାରତରେ ୧୫ ଲକ୍ଷ ୬୯ ହଜାର ୭୪୩ ଜଣ କରୋନାରେ ଚିକିତ୍ସାଧୀନ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ