Masthead

ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତି ପାଉଁଶ

ଉଦଳା (ବଡ଼ ଖବର ବ୍ୟୁରୋ): ଭୟାବହ ଅଗ୍ନିକାଣ୍ଡ ଘଟି ଆଖି ପିଛୁଳାକେ ଜଳିପୋଡି ନଷ୍ଟ ହୋଇଗଲା ଲକ୍ଷ୍ୟାଧିକ ଟଙ୍କାର ସାମଗ୍ରୀ । ଏଭଳି ଘଟଣା ଘଟିଛି ଉଦଳା ଥାନା ଅଂଚଳରେ । ୩ ନଂ ୱାର୍ଡରେ ଦିଲ୍ଲୀପ କଲିଆଙ୍କ ପତଞ୍ଜଳି ସାମଗ୍ରୀର ଗୋଦାମ ରହିଥିଲା । ଗୁରୁବାର ବିଳମ୍ବିତ ରାତିରେ ଗୋଦାମରେ ଅଗ୍ନିକାଣ୍ଡ ଘଟି ସମସ୍ତ ଜିନିଷ ନଷ୍ଟ ହୋଇଯାଇଛି । ନିଆଁ ଏବଂ ଧୂଆଁ ଗୋଦାମ ବାହାରକୁ ବାହାରିବା ପରେ ସ୍ଥାନୀୟଲୋକେ ଘଟଣା ବାବଦରେ ଜାଣିବାକୁ ପାଇଥିଲେ ।

ଉଦଳା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିବାକୁ ନାକେଦମ ହୋଇଥିଲା । ଦେଢ ଘଣ୍ଟାର ଚେଷ୍ଟା ପରେ ଅଗ୍ନିଶମ ବିଭାଗ ନିଆଁକୁ ଆୟତ କରିବାରେ ସକ୍ଷମ ହୋଇଥିଲା । ନିଆଁର ଭୟାବହତା ଏତେ ତୀବ୍ର ଥିଲା ଯେ ନିମିଷକେ ପୁରା ଗୋଦାମରେ ନିଆଁ ବ୍ୟାପିଯାଇଥିଲା । ନିଆଁ ଗୋଦାମରେ ବ୍ୟାପିଯିବା ଫଳରେ ଗୋଦାମରେ ଥିବା ପାଖାପାଖି ୬୦ ଲକ୍ଷରୁ ଅଧିକ ଟଙ୍କାର ସମ୍ପତି ଜଳି ପାଉଁଶ ହୋଇଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଜଣାପଡି ନଥିବା ବେଳେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବାର ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା