ଜଗା ଦର୍ଶନରେ କଟକଣା

ପୁରୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା । ଅଣାୟତ ହେଉଛି ସ୍ଥିତି । ଏହାକୁ ଦୃଷ୍ଟି ରଖି ପୁରୀ ଶ୍ରୀମନ୍ଦିରରେ ବଢିଲା କଟକଣା । ଦୁଇ ଦିନ ଜଗା ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଶନିବାର ଓ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ଭକ୍ତ । ଆସନ୍ତା ୨୪ ତାରିଖରୁ ଏହି ନିୟମ ଲାଗୁ ହେବ ।

ଆଜି ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହାସହ ବାହାର ଭକ୍ତଙ୍କ ପାଇଁ ଆରଟିପିସିଆର ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି । କୋଭିଡ ନେଗେଟିଭ ରିପୋର୍ଟ ଥିଲେ ଦର୍ଶନ ଅନୁମତି ଦିଆଯିବ । ଏହା ସହିତ କରୋନାର ସମସ୍ତ ଗାଇଡ଼ ଲାଇନକୁ ମନିବାକୁ ବାଧ୍ୟ କରାଯାଇଛି । ମନ୍ଦିର ଭିତରେ ବାହାରେ ମାସ୍କ ପିନ୍ଧିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଛି ।

ଏଥିରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କେବି ସିଂ, ଛତିଶା ନିଯୋଗ ମହାନାୟକଙ୍କ ସମେତ ବିଭିନ୍ନ ସେବାୟତ ନିଯୋଗର ପ୍ରତିନିଧି ସାମିଲ ହୋଇଥିଲେ । କରୋନାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ଏସଓପି ପରିବର୍ତ୍ତନ ନେଇ ବୈଠକରେ ଆଲୋଚନା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ