Masthead

ରାଜ୍ୟରେ ଏପର୍ଯ୍ୟନ୍ତର ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

ଆଜିର ସଂକ୍ରମଣ ସଂଖ୍ୟା ରହିଛି ୪୩୩୦

ଭୁବନେଶ୍ୱର : ରାଜ୍ୟରେ ଏପର୍ଯ୍ୟନ୍ତର ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମଣ ସଂଖ୍ୟା ରହିଛି ୪୩୩୦ । ଏମାନଙ୍କ ମଧ୍ୟରୁ ୨୫୫୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୭୭୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି । ତେବେ ଆଜିର ସଂକ୍ରମଣ ମଧ୍ୟରେ ୬୪୪ ଜଣ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା କଟକରୁ ୫୪୯ ଜଣ ସଂକ୍ରମିତ ରହିଛନ୍ତି ।
ଅନ୍ୟ ଜିଲ୍ଲଗୁଡ଼ିକ ମଧ୍ୟରେ ଅନୁଗୁଳରୁ ୧୭୬, ବାଲେଶ୍ୱରରୁ ୧୨୧, ବରଗଡ଼ରୁ ୯୯, ଭଦ୍ରକରୁ ୭୯, ବୌଦ୍ଧରୁ ୪୭, ଦେଓଗଡ଼ରୁ ୧୨, ଢେଙ୍କନାଳାରୁ ୬୭, ଗଜପତିରୁ ୧୬, ଗଞ୍ଜାମରୁ ୫୧, ଜଗତସିଂହପୁରରୁ ୧୬୭, ଯାଜପୁରରୁ ୧୫୮, ଝାରସୁଗୁଡ଼ାରୁ ୧୫୩, କଳାହାଣ୍ଡିରୁ ୧୦୦, କନ୍ଧମାଳରୁ ୧୭୮, କେନ୍ଦ୍ରାପଡ଼ାରୁ ୧୦୭, କେନ୍ଦୁଝରରୁ ୧୧୮, କୋରାପୁଟରୁ ୯୪, ମାଲକାନଗିରିରୁ ୬୩, ମୟୁରଭଞ୍ଜରୁ ୧୫୨, ନବରଙ୍ଗପୁରରୁ ୧୩୩, ନୟାଗଡ଼ରୁ ୧୫୩, ନୂଆପଡ଼ାରୁ ୬୨, ପୁରୀରୁ ୨୯୨, ରାୟଗଡ଼ାରୁ ୮୫, ସମ୍ୱଲପୁରରୁ ୧୦୭, ସୋନପୁରରୁ ୨୫, ସୁନ୍ଦରଗଡ଼ରୁ ୧୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ବାହାର ଜିଲ୍ଲାରୁ ଆସି ଅନ୍ୟ ଏକ ଜିଲ୍ଲାରେ ସଂକ୍ରମିତ ଭାବେ ଚିହ୍ନଟ ହୋଇଥିବା ରୋଗୀଙ୍କ ସଂଖ୍ୟା ୨୨୫ ଜଣ ।
ଅନ୍ୟପକ୍ଷରେ ରାଜ୍ୟରେ ସଂକ୍ରମଣର ମାତ୍ରା ବଢୁଥିଲେ ମଧ୍ୟ ରାଜ୍ୟ ସରକାର ଅଧିକ ସଂଖ୍ୟକ ଟେଷ୍ଟିଂ ଉପରେ ଯଥେଷ୍ଟ ଗୁରୁତ୍ୱ ଦେଉଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ଟେଷ୍ଟିଂର ସଂଖ୍ୟା ୨୭ ଲକ୍ଷ ୬୬ ହଜାର୯୭୬ ହୋଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୭୯ ହଜାର ୮୮୦ ରହିଛି । ସେହିଭଳି ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩୭ ହଜାର ୪୬୯ । ଏଯାବତ୍ ୧ ଲକ୍ଷ ୪୧ ହଜାର ୬୫୭ କରୋନାରୁ ସୁସ୍ଥ ହେଲେଣି ।
ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ସହ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୨ଟି ଅଲୋଡ଼ା ରେକର୍ଡ ସୃଷ୍ଟି କରିଛି କରୋନା । ସର୍ବାଧିକ ୪ ହଜାର ୩୩୦ ସଂକ୍ରମିତ ଚିହ୍ନଟ ହେବା ସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୦୦ ଡେଇଁଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏଥିସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୭୦୧ରେ ପହଞ୍ଚିଛି ।
ଡାଇବେଟିସ୍ ଆକ୍ରାନ୍ତ ବଲାଙ୍ଗିରର ୪୦ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି । କଟକର ୬୯ ବର୍ଷୀୟ ପୁରୁଷ ଯିଏକି ଡାଏବେଟିସ୍, ଉଚ୍ଚରକ୍ତଚାପ ଓ କଡନୀ ରୋଗରେ ଆକ୍ରାନ୍ତ ଥିଲେ । ତାଙ୍କର ବି କରୋନାରେ ମୃତ୍ୟୁ ହୋଇଛି । ସେହିପରି ଡାଏବେଟିସରେ ଆକ୍ରାନ୍ତ କଟକର ୮୪ ବର୍ଷୀୟ ପୁରୁଷ, ଗଞ୍ଜାମର ୬୮ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି ।
କଳାହାଣ୍ଡିର ୬୫ ବର୍ଷୀୟ ପୁରୁଷ, ଖୋର୍ଦ୍ଧାର ୯୨ ବର୍ଷୀୟ ପୁରୁଷ, ମୟୂରଭଞ୍ଜର ୮୦ ବର୍ଷୀୟ ମହିଳା, ପୁରୀର ୬୦ ବର୍ଷୀୟ ମହିଳା, ପୁରୀର ୫୪ ବର୍ଷୀୟ ପୁରୁଷ, ଡାଇବେଟିସ୍ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ସମ୍ବଲପୁରର ୫୩ ବର୍ଷୀୟ ପୁରୁଷଙ୍କ କରୋନାରେ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି