Masthead

ରେକର୍ଡ ଭାଙ୍ଗିଲା କରୋନା , ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉପର ମୁହାଁ କରୋନା ଗ୍ରାଫ । କମିବାର ନା ଧରୁ ନାହିଁ । ସଙ୍ଗୀନ ହେବାରେ ଲାଗିଛି ସ୍ଥିତି । ଚିନ୍ତାରେ ରାଜ୍ୟବାସୀ । ଗତ ୨୪ ଘଣ୍ଟା ମଧ୍ୟରେ ୩୬୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୬୮,୨୫୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨୭ ଜଣ କ୍ବାରେଣ୍ଟାଇନରେ ରହିଥିବାବେଳେ ୧୫୩୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୦୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦ୍ୱିତୀୟରେ ରହିଛି ସୁନ୍ଦରଗଡ଼ ଜିଲ୍ଲା । ସୁନ୍ଦରଗଡ଼ରୁ ୩୪୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି । ନୂଆପଡା ୨୨୧, ବରଗଡ଼ ୨୧୦, ସମ୍ବଲପୁର ୧୯୯, କଟକ ୧୯୮, ପୁରୀ ୧୪୩, କେନ୍ଦୁଝର ୫୬ ଚିହ୍ନଟ ହୋଇଥିବା ବେଳେ ଝାରସୁଗୁଡାରୁ ୧୮୩, ଷ୍ଟେଟ ପୁଲ ୧୫୫, ନବରଙ୍ଗପୁର ୮୧, ବଲାଙ୍ଗିର ୭୯, ଯାଜପୁର ୫୮, ମୟୁରଭଞ୍ଜ ୧୧୯, ଗଜପତି ୬୩, କଳାହାଣ୍ଡିରୁ ୩୨୪ ଚିହ୍ନଟ ହୋଇଛନ୍ତି ।

ତେବେ ଭଦ୍ରକ ୨୭, ଅନୁଗୁଳ ୫୯, ଗଞ୍ଜାମ ୬୬ ଓ ରାୟଗଡାରୁ ୫୭, ବାଲେଶ୍ୱର ୩୯ ଓ ନୟାଗଡରୁ ୨୮, ଦେଓଗଡରୁ ୩୦, ଜଗତସିଂହପୁର ୬୮ ଓ କୋରାପୁଟରୁ ୩୯, କେନ୍ଦ୍ରାପଡା ୨୯, କନ୍ଧମାଳ ୧୬, ବୌଦ୍ଧ ୬, ମାଲକାନାଗିରି ୪ ଓ ସୋନପୁର ୧୬, ଢେଙ୍କାନାଳ ୪୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୮୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୪୩୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୪୪୮୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୫୯୯୮୭୭ ସାମ୍ପୁଲ ଟେଷ୍ଟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ