ଅବାସ ଯୋଜନାରେ ଦୁର୍ନୀତି

ପାପଡ଼ାହାଣ୍ଡି (ବଡ଼ ଖବର ବ୍ୟୁରୋ): ଅବାସ ଯୋଜନାରେ ଦୁର୍ନୀତି । ଦୁଇଜଣ ସରକାରୀ କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଏପରି ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକ୍ ନୂଆକୋଟ ଗ୍ରାମପଞ୍ଚାୟତରେ । ଜଣେ ହିତାଧିକାରୀଙ୍କ ଆବାସ ଯୋଜନାର ଅର୍ଥ ହଡ଼ପ ଅଭିଯୋଗରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି ।

ଗିରଫ ହୋଇଥିବା ଦୁଇ କର୍ମଚାରୀ ହେଲେ ପାପଡାହାଣ୍ଡି ବ୍ଲକ ସହକାରୀ କମ୍ପ୍ୟୁଟର କର୍ମଚାରୀ ସତୀଶ ପାଳ ଓ ନୂଆକୋଟ ଗ୍ରାମପଞ୍ଚାୟତର ଡିକ୍ରେସେନ ନାୟକ । ସୂଚନା ଅନୁଯାୟୀ ପାପଡାହାଣ୍ଡି ବ୍ଲକ ନୂଆକୋଟ ଗ୍ରାମପଞ୍ଚାୟତର ଆବାସ ଯୋଜନାରେ ଘର ପାଇଥିବା ହିତାଧିକାରୀ ବିସେମ୍ବର ବିଶୋଇଙ୍କ ଶେଷ ବିଲ ବାବଦକୁ ୧୭ହଜାର ୩୮୮ ଟଙ୍କା ପାଇବାର ଥିଲା କିନ୍ତୁ ସେ ପାଇନଥିଲେ । ଏ ନେଇ ତାଙ୍କ ବାପା ଭୁବନେଶ୍ୱର ବିଶୋଇ ବିଡ଼ିଓ ଓ ଜିଲ୍ଲାପାଳଙ୍କ ଦ୍ୱାରସ୍ତ ହୋଇଥିଲେ ।

ପରେ ପିଡି ରମାକାନ୍ତ ନାୟକଙ୍କୁ ଜଣାଇଥିଲେ । ଏନେଇ ପିଡି ପାପଡାହାଣ୍ଡି ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଏହାର ତଦନ୍ତ କରିବା ପରେ ଏକ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଥିବା ସୂଚନା ଦେଇଛନ୍ତି ପାପଡାହାଣ୍ଡି ଥାନା ଅଧିକାରୀ ସୁବେନ୍ଦୁ ଶବର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ