Masthead

ପାଣି ପାଇଁ ରାସ୍ତା ଅବରୋଧ

ଉଦଳା(ବଡ଼ ଖବର ବ୍ୟୁରୋ): ପାଣି ପାଇଁ ଗରା ବାଲଟି ଧରି ରାସ୍ତା ଅବରୋଧ । ବାରମ୍ବାର ଦାବି ପରେ ମଧ୍ୟ ପାନୀୟ ଜଳର ସୁବିଧା ନ ହେବାରୁ ଶେଷରେ ତାତିଛନ୍ତି ଗ୍ରାମବାସୀ । ଏଭଳି ଘଟଣା ଦେଖିବାକୁ ମିଳିଛି ଶରତ ଅଂଚଳରେ । କପ୍ତିପଦା ବ୍ଲକ ଅଶ୍ୱକୁଟୀ ଗ୍ରାମରେ ଦୀର୍ଘବର୍ଷ ହେବ ପାନୀୟ ଜଳର ସମସ୍ୟା ଲାଗିରହିଛି । । ଗ୍ରାମରେ କୌଣସି କୂଅ ନଥିବା ବେଳେ ଗ୍ରାମବାସୀ ଚୁଆ ଉପରେ ନିର୍ଭର କରନ୍ତି ।

ତେବେ ଗ୍ରାମରେ ନଳକୂଅ ଖନନ ପାଇଁ ବାରମ୍ବାର ସରପଂଚଙ୍କ ଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନ ପର୍ୟ୍ୟନ୍ତ ସମସ୍ତଙ୍କୁ ନିବେଦନ କରାଯାଇଥିଲେ ସୁଦ୍ଧା କେହି କର୍ଣ୍ଣପାତ କରୁନାହାନ୍ତି । ଶେଷରେ ତାତିଛନ୍ତି ଗ୍ରାମବାସୀ । ଆଜି ଗ୍ରାମବାସୀ ଗରା ବାଲଟି ଧରି କପ୍ତିପଦା-ଶରତ- ଠାକୁରମୁଣ୍ଡା ରାସ୍ତା ଅବରୋଧ କରି ଧାରଣାରେ ବସିଛନ୍ତି । ରାସ୍ତା ଅବରୋଧ ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ରାସ୍ତାର ଦୁଇ ପାଶ୍ୱର୍ରେ ଅନେକ ଯାନବାହନ ଅଟକି ରହିଛି । ଖବର ପାଇ ଶରତ ପୋଲିସ ଘଟଣାସ୍ଥଳରେ ପହଂଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିଲେ ସୁଦ୍ଧା କୌଣସି ସୁଫଳ ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା