Masthead

ପୁରୀରେ ପହଞ୍ଚିଲା ଫାସୀ କାଠ

ପୁରୀ (ବଡ଼ ଖବର ବ୍ୟୁରୋ): ଚଳିତବର୍ଷ ରଥଯାତ୍ରା ପାଇଁ ପ୍ରସ୍ତୁତ ଶ୍ରୀମନ୍ଦିର ପ୍ରଶାସନ । ନୟାଗଡ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ରଥକାଠ ବୋଝେଇ ଗୋଟିଏ ଟ୍ରକ ପୁରୀରେ ଆସି ପହଞ୍ଚିଛି। ଏଥିରେ ସମୁଦାୟ ୧୩ଟି ଫାସୀ କାଠ ରହିଛି। ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ । ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ରହିଛି। ତେଣୁ ଚଳିତ ରଥଯାତ୍ରା ପାଇଁ ୭୯୬ ଖଣ୍ଡ କାଠର ଆବଶ୍ୟକତା ରହିଛି।

୭୯୬ଖଣ୍ଡରୁ ଆଜି ମୋଟ ୬୨ଖଣ୍ଡ ପୁରୀରେ ପହଂଚିଥିବା ବେଳେ ବଳକା ୭୩୪ ଖଣ୍ଡ କାଠ ପର୍ଯ୍ୟାୟକ୍ରମେ ଆସି ପହଞ୍ଚିବ । ତେବେ ଗତ ସରସ୍ୱତୀ ପୂଜା ଦିନ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ତିନୋଟି କାଠକୁ ପାରମ୍ପରିକ ବିଧିରେ ପୂଜାର୍ଚ୍ଚନା କରାଯାଇଥିଲା । ଆସନ୍ତା ଅକ୍ଷୟ ତୃତୀୟା ଦିନ ତିନିରଥ ନିର୍ମାଣର ଶୁଭାରମ୍ଭ ହେବାର ବିଧି ରହିଛି। ତିନିରଥ ନିର୍ମାଣ ପାଇଁ ପରମ୍ପରା ଅନୁଯାୟୀ ଆସନ୍ତା ୨୧ ଶ୍ରୀରାମ ନବମୀଠାରୁ କଟକସ୍ଥିତ ଖପୁରିଆ କରତକଳରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ