Masthead

ଭକ୍ତଙ୍କୁ ମନ୍ଦିର ମନା

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ଭକ୍ତଙ୍କୁ ମନ୍ଦିର ମନା । କରୋନା ପାଇଁ ମନ୍ଦିରରେ ଲାଗିଲା କଟକଣା । ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନ ଉପରେ ଲାଗିଲା ରୋକ । ମନ୍ଦିରମାଳିନୀ ଭୁବନେଶ୍ୱରର ସମସ୍ତ ଧାର୍ମିକ ଅନୁଷ୍ଠାନରେ ଲାଗିଲା ରୋକ । ଭକ୍ତଙ୍କ ପ୍ରବେଶ ଉପରେ ଲାଗିଲା କଟକଣା । ମଙ୍ଗଳବାରଠାରୁ କୌଣସି ଶ୍ରଦ୍ଧାଳୁ ଧାର୍ମିକ ଅନୁଷ୍ଠାନ ଗୁଡିକରେ ପ୍ରବେଶ କରିପାରିବେ ନାହିଁ। କରୋନା ସଂକ୍ରମଣ ବଢି ଚାଲିଥିବା ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ବିଏମସି କମିଶନର ପ୍ରେମ ଚନ୍ଦ ଚୌଧୁରୀ । ସେ କହିଛନ୍ତି, ଭୁବନେଶ୍ୱରେ କରୋନା ପଜିଟିଭ ସଂଖ୍ୟା ବଢିଛି । ଏହାକୁ ଦୃଷ୍ଟିରେ ରଖି ଓ ରାଜ୍ୟ ସରକାର ସ୍ଥାନୀୟ ପ୍ରଶାସନକୁ ଦେଇଥିବା କ୍ଷମତାର ଉପଯୋଗ କରି ଆମେ ବିଏମସି ଅଞ୍ଚଳରେ ଥିବା ବିଭିନ୍ନ ଧାର୍ମିନୁଷ୍ଠାନର ପରିଚାଳନା କମିଟି ସଦସ୍ୟଙ୍କ ସହ ଆଲୋଚନା କରି ଏହି ନିଷ୍ପତି ନେଇଛୁ ।

ସେ ଆହୁରି ମଧ୍ୟ କହିଛନ୍ତି, ବର୍ତ୍ତମାନ ପାଇଁ ମନ୍ଦିର , ମସଜିଦ , ଚର୍ଚ୍ଚ ଓ ଗୁରୁଦ୍ୱାର ଆଦି ସମସ୍ତ ଧର୍ମାନୁଷ୍ଠାନରେ ଶ୍ରଦ୍ଧାଳୁଙ୍କ ପ୍ରବେଶକୁ ବାରଣ କରାଯାଇଛି । ଏହି ସବୁ ଧର୍ମାନୁଷ୍ଠାନରେ ଦୈନନ୍ଦିନ ନୀତିକାନ୍ତି ସଂପନ୍ନ କରିବାକୁ ଅନୁମତି ଦିଆଯାଇଛି ।ଏହାସହ ଧର୍ମାନୁଷ୍ଠାନ ଗୁଡିକରେ ନୀତିକାନ୍ତି ସଂପନ୍ନ କରିବାକୁ ଉପସ୍ଥିତି ରହୁଥିବା ପୂଜକ ଓ କର୍ମଚାରୀ ମାନଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି । କରୋନା ସଂକ୍ରମଣ ବଢି ଚାଲିଥିବା ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଛି। ସତ ହେଲେ ଏହାକୁ ଲୋକମାନେ କେତେ ଦୂର ପାଳନ କରିବେ ତାହା ଦେଖିବାକୁ ବାକି ରହିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଇସ୍ତଫା ଦେଇପାରନ୍ତି ମହମ୍ମଦ ୟୁନୁସ 🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଇସ୍ତଫା ଦେଇପାରନ୍ତି ମହମ୍ମଦ ୟୁନୁସ 🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ…