Masthead

ଦୈନିକ ସଂକ୍ରମଣ ୫ ହଜାର ମୁହାଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ମାଡ଼ି ଚାଲିଛି କରୋନା ସଂକ୍ରମଣ । ଥମିବାର ନା ଧରୁନାହିଁ । ଚିନ୍ତାରେ ରାଜ୍ୟବାସୀ । ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଏବେ ୫ ହଜାର ମୁହାଁ ହୋଇଛି । ୨୪ ଘଣ୍ଟାରେ ରାଜ୍ୟରେ ୪୮୫୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

ରାଜ୍ୟରେ ଚିହ୍ନଟ ୪୮୫୧ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୫୧୬, ନୂଆପଡ଼ାରୁ ୪୮୬ ଓ ବରଗଡ଼ ଜିଲ୍ଲାରୁ ୩୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳ ଜିଲ୍ଲାରୁ ୧୧୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୫୨, ଭଦ୍ରକରୁ ୭୩, ବଲାଙ୍ଗିରରୁ ୨୨୭, ବୌଦ୍ଧରୁ ୨୨, କଟକରୁ ୩୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେବଗଡ଼ ଜିଲ୍ଲାରୁ ୩୫, ଢେଙ୍କାନାଳରୁ ୩୧, ଗଜପତିରୁ ୩୫, ଗଞ୍ଜାମର ୧୫୧, ଜଗତସିଂହପୁରରୁ ୩୯, ଯାଜପୁରରୁ ୬୪, ଝାରସୁଗୁଡ଼ାରୁ ୨୯୦, କଳାହାଣ୍ଡିରୁ ୭୯, କନ୍ଧମାଳରୁ ୨୭, କେନ୍ଦ୍ରାପଡ଼ାରୁ ୫୮, କେନ୍ଦୁଝରରୁ ୧୬୬, କୋରାପୁଟରୁ ୬୨, ମାଲକାନଗିରିରୁ ୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜରୁ ୭୮, ନବରଙ୍ଗପୁରରୁ ୧୯୪, ନୟାଗଡ଼ରୁ ୬୬, ପୁରୀରୁ ୨୨୩, ରାୟଗଡ଼ା ଜିଲ୍ଲାରୁ ୮୫, ସମ୍ବଲପୁରରୁ ୧୭୧, ସୋନପୁରରୁ ୯, ସୁନ୍ଦରଗଡ଼ରୁ ୫୧୬, ଷ୍ଟେଟପୁଲରୁ ୧୪୫ ଆକ୍ରାନ୍ତ ଚିହ୍ନଟ ହେଲେ।

୪୮୫୧ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୩,୮୨,୩୧୫ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩,୪୯,୩୭୭ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ରାଜ୍ୟରେ ଏବେ ୩୦୯୨୭ ଆକ୍ଟିଭ କେସ୍ ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ