Masthead

ପିସିସି ପକ୍ଷରୁ ଖୋଲିଲା କୋଭିଡ୍ କଂଟ୍ରୋଲ ରୁମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ବର୍ତ୍ତମାନ ଓଡିଶାରେ ଭୟଙ୍କର ସ୍ଥିତି ସୃଷ୍ଟି କରିଛି । ଏଥିରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ନିଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କୋଭିଡ୍ କଂଟ୍ରୋଲ ରୁମ୍ ଖୋଲାଯାଇଛି । ଏହି ଅବସରରେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ୫ ଜଣିଆ କମିଟି ଗଠନ କରିଛନ୍ତି । ଏହି କମିଟି କଂଟ୍ରୋଲ ରୁମ୍ ଦାୟିତ୍ୱରେ ରହି ସୂଚାରୁ ରୂପେ କାର୍ଯ୍ୟ ସମାପନ କରିବେବୋଲି ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଏହି କମିଟିରେ ପଦ୍ମାକର ଗୁରୁ (ମୋ – ୬୩୭୦୯୬୫୯୭୮) ସଂଯୋଜକ ଥିବାବେଳେ ସୁବ୍ରତ ମହାପାତ୍ର (ମୋ – ୯୧୩୨୭୮୫୬୨୪), ଲିଙ୍ଗରାଜ ସାହୁ (ମୋ – ୯୨୩୭୦୧୦୯୩୯), ପ୍ରମୋଦ କୁମାର ସାହୁ (ମୋ – ୭୦୦୮୭୮୮୬୭୭) ଓ ତରୁଣକାନ୍ତ ମିଶ୍ର (ମୋ – ୯୪୩୭୧୯୨୧୬୧) ପ୍ରମୁଖ ସଭ୍ୟ ଭାବେ ରହିଛନ୍ତି । ଏହି କଂଟ୍ରୋଲ ରୁମ ସକାଳ ୯ ଘଟିକାରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ କାର୍ଯ୍ୟ କରିବ ବୋଲି ପିସିସି କାର୍ଯ୍ୟାଳୟ ପକ୍ଷରୁ ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ