Masthead

୧ ଘଣ୍ଟା ପାଇଁ କୋହଳ ହେଲା ସଟଡାଉନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶନିବାର ଠାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ସଟଡାଉନ ଆରମ୍ଭ ହେଉଛି। ବର୍ଦ୍ଧିତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି କଟକଣା ଜାରି କରାଯାଇଥିବା ବେଳେ ଏଥିରେ ସାମାନ୍ୟ କୋହଳ କରାଯାଇଛି। ଶନିବାର ଓ ରବିବାର ସଟଡାଉନ ହେବାକୁ ଥିବା ବେଳେ ଏହି ଦୁଇ ଦିନ ସକାଳ ୫ଟାରୁ ୬ଟା ପର୍ଯ୍ୟନ୍ତ ଘଣ୍ଟାଏ ଲେଖାଏଁ କଟକଣା କୋହଳ କରାଯାଇଛି।

ଅର୍ଥାତ୍ ଏହି ସମୟ ମଧ୍ୟରେ ଲୋକେ ମର୍ଣ୍ଣିଂୱାକ୍‌ ଓ ସାଇକ୍ଲିଂ କରିବାକୁ ବାହାରକୁ ଆସିପାରିବେ। ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା ଆଜି ଏହି ସୂଚନା ଦେଇଛନ୍ତି। ଏସ୍‌ଆର୍‌ସି କହିଛନ୍ତି, ଆଜି ରାତିର ନାଇଟ୍‌ କର୍ଫ୍ୟୁ ଶେଷ ହେବା ପରେ କାଲି ସକାଳୁ ସପ୍ତାହାନ୍ତ ସଟଡାଉନ ଆରମ୍ଭ ହୋଇଯିବ। ଏହି ସଟଡାଉନ ସୋମବାର ସକାଳ ପର୍ଯ୍ୟନ୍ତ ରହିବ।

 

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ