Masthead

୧ ଘଣ୍ଟା ପାଇଁ କୋହଳ ହେଲା ସଟଡାଉନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶନିବାର ଠାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ସଟଡାଉନ ଆରମ୍ଭ ହେଉଛି। ବର୍ଦ୍ଧିତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି କଟକଣା ଜାରି କରାଯାଇଥିବା ବେଳେ ଏଥିରେ ସାମାନ୍ୟ କୋହଳ କରାଯାଇଛି। ଶନିବାର ଓ ରବିବାର ସଟଡାଉନ ହେବାକୁ ଥିବା ବେଳେ ଏହି ଦୁଇ ଦିନ ସକାଳ ୫ଟାରୁ ୬ଟା ପର୍ଯ୍ୟନ୍ତ ଘଣ୍ଟାଏ ଲେଖାଏଁ କଟକଣା କୋହଳ କରାଯାଇଛି।

ଅର୍ଥାତ୍ ଏହି ସମୟ ମଧ୍ୟରେ ଲୋକେ ମର୍ଣ୍ଣିଂୱାକ୍‌ ଓ ସାଇକ୍ଲିଂ କରିବାକୁ ବାହାରକୁ ଆସିପାରିବେ। ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା ଆଜି ଏହି ସୂଚନା ଦେଇଛନ୍ତି। ଏସ୍‌ଆର୍‌ସି କହିଛନ୍ତି, ଆଜି ରାତିର ନାଇଟ୍‌ କର୍ଫ୍ୟୁ ଶେଷ ହେବା ପରେ କାଲି ସକାଳୁ ସପ୍ତାହାନ୍ତ ସଟଡାଉନ ଆରମ୍ଭ ହୋଇଯିବ। ଏହି ସଟଡାଉନ ସୋମବାର ସକାଳ ପର୍ଯ୍ୟନ୍ତ ରହିବ।

 

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’