Masthead

ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଲୋକଙ୍କୁ ଜଗା ଦର୍ଶନ ମନା । ମେ ୧୫ ତାରିଖ ପର୍ଯ୍ୟନ୍ତ ଲୋକଙ୍କୁ ମିଳିବନି ମହାପ୍ରଭୁଙ୍କ ଦର୍ଶନ । ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏଭଳି ନିଷ୍ପତି ନେଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କିଶନ କୁମାରଙ୍କ ଅଧକ୍ଷତାରେ ବସିଥିବା ଛତିଶାନିଯୋଗ କମିଟି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଆଜିର ବୈଠକରେ ମନ୍ଦିର ବନ୍ଦ ପାଇଁ ବହୁ ସେବାୟତା ପ୍ରତିନିଧି ପ୍ରସ୍ତାବ ଦେଇଥିଲେ । ତେବେ ଶ୍ରୀମନ୍ଦିର ପାଇଁ ପରିବର୍ତ୍ତିତ ଏସଓପି ଜାରି ହେବ । କରୋନା କଟକଣା ପାଇଁ ଦୀର୍ଘଦିନ ବନ୍ଦ ରହିଥିଲା ଶ୍ରୀମନ୍ଦିର । ତେବେ କଟକଣା କହୋଳ ପରେ ପୁଣି ମନ୍ଦିର ଖୋଲାଯାଇଥିଲା । ବର୍ତ୍ତମାନ ପୁଣି ଶ୍ରୀମନ୍ଦିର ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତି ନେଇଛି । ମନ୍ଦିର ଭିତରେ ନିତିକାନ୍ତି କିନ୍ତୁ ଯାଥାରିତି ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ