Masthead

ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ କରୋନା ଟିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । କୋଭିଡ ଟିକା ପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବେନି ରାଜ୍ୟବାସୀ । ରାଜ୍ୟବାସୀଙ୍କୁ ମିଳିବ ମାଗଣା ଟିକା । ୧୮ବର୍ଷରୁ ଉଦ୍ଧ୍ୱର୍ ବ୍ୟକ୍ତିଙ୍କୁ ମେ ୧ରୁ ଟିକାକରଣରେ ସାମିଲ କରାଯିବ । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ରାଜ୍ୟବାସୀଙ୍କୁ ମାଗଣା ଟିକା ଦେବାକୁ ରାଜ୍ୟ ସରକାର ଖର୍ଚ୍ଚ କରିବେ ଦୁଇ ହଜାର କୋଟି ଟଙ୍କା । ସାରା ଦେଶ ସମେତ ଆମ ରାଜ୍ୟରେ ମଧ୍ୟ କୋଭିଡର ଦ୍ୱିତୀୟ ଲହର ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି । ଯାହାକୁ ମାତଦେବା ପାଇଁ ଏଭଳି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏକ ଭିଡିଓ ବର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି କି ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ପ୍ରତିଦିନ ଦେଶରେ ଅନେକ ଲୋକ ମୃତ୍ୟୁ ବରଣ କରୁଛନ୍ତି ଅନେକ ନିଜ ପରିବାରକୁ ହରାଇଛନ୍ତି । ଏଭଳି ସମୟରେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ପାଳନ କରିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ସମସ୍ତେ କୋଭିଡ ନିୟମ ମାନିବାକୁ ସେ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ