Masthead

କରୋନାରେ ଆଖିବୁଜିଲେ ପୂର୍ବତନ ସାଂସଦ

କନ୍ଧମାଳ (ବଡ ଖବର ବ୍ୟୁରୋ): କନ୍ଧମାଳର ପୂର୍ବତନ ସାଂସଦ ଶ୍ରୀଯୁକ୍ତ ସୁଗ୍ରୀବ ସିଂଙ୍କ କରୋନାରେ ମୃତ୍ୟୁ ହୋଇଛି ଜ୍ଝ ଏ ନେଇ ସୂଚନା ଦେଇଛନ୍ତି ତାଙ୍କ ଶଳା ଫିଲିମନ ନାୟକ | ସୂଚନା ଅନୁସାରେ ସେ କରୋନାରେ ଆକ୍ରାନ୍ତ ହୋଇ ଗତକାଲି ଭୁବନେଶ୍ୱର ସ୍ଥିତ କିମ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଏବଂ ଆଜି ସକାଳୁ ତାଙ୍କର ମୃତ୍ୟୁ ହୋଇଯାଇଥିବା ନେଇ ତାଙ୍କ ଶଳାଙ୍କୁ କିମ୍ସ ହସ୍ପିଟାଲରୁ ଖବର ଦେଇଥିଲେ | ତେବେ ସ୍ବର୍ଗତ ପୂର୍ବତନ ସାଂସଦ କନ୍ଧମାଳ ଜିଲ୍ଳାର ଜଣେ ଲୋକ ପ୍ରିୟ ନେତା ଥିଲେ, ତାଙ୍କର ମୃତ୍ୟୁ ଖବର ପ୍ରଚାର ହେବା ପରେ ଫୁଲବାଣୀ ସ୍ଥିତ ତାଙ୍କ ସମ୍ପର୍କୀୟ ଏବଂ ଜିଲ୍ଲାବାସୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି |

ସ୍ୱର୍ଗତ ସାଂସଦ ଜଣେ ସାମ୍ବାଦିକ ଭାବେ ନିଜ ଜୀବନ ଆରମ୍ଭ କରିଥିବା ବେଳେ ପରବର୍ତ୍ତି ସମୟରେ ସେ ଫୁଲବାଣୀ ଏନ୍ଏସି ର ଚେୟାରମ୍ୟାନ ଏବଂ ୨୦୦୪ ରେ ଫୁଲବାଣୀର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ | ତାଙ୍କ ନିଜ ଘର କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ଦାସିଙ୍ଗବାଡି ଗ୍ରାମରେ | ସେ ୧ ଅଗଷ୍ଟ ୧୯୬୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ | ପରବର୍ତୀ ସମୟରେ ଫୁଲବାଣୀ ସହରରେ ଆସି ରହିବା ସହିତ କିଛି ବର୍ଷ ହେଲାଣି ନିଜ ପରିବାର ସହିତ ଭୁବେନେଶ୍ୱର ସ୍ଥିତ ଆର୍ୟ୍ୟପଲ୍ଲୀ ପ୍ଲଟ ନମ୍ବର -୫୬ରେ ରହୁଥିଲେ ବୋଲି ଜଣାପଡ଼ିଛି !

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼