Masthead

ହାତୀ ଦେଖିବା ହେଲା କାଳ

ଗଞ୍ଜାମ (ବଡ ଖବର ବ୍ୟୁରୋ): ହାତୀ ଆକ୍ରମଣରେ ଜଣେଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଗଞ୍ଜାମ ଜିଲ୍ଲାରୁ ଦିଗପହଣ୍ଡି ରେଞ୍ଜ ଚିକିଟି ରାମଚନ୍ଦପୁର ପଞ୍ଚାୟତ ଚାନ୍ଦପୁରରେ ଘଟିଛି ଘଟଣା । ଖବର ଅନୁଯାୟୀ, ଚିକିଟି ପତାତଳି-ସୋନପୁର ରାସ୍ତାରେ ଥିବା ଏକ ପୋଖରୀ ନିକଟରେ ୧୪ଟିକିଆ ହାତୀପଲ ଉପଦ୍ରବ ଜାରି ରଖିଛନ୍ତି । ରବିବାର ବିଳମ୍ବିତ ରାତିରେ ବୃନ୍ଦାବନ ବିନ୍ଧାଣୀ ଓ ବାବୁନି ବିନ୍ଧାଣୀ ନାମକ ୨ଜଣ ବ୍ୟକ୍ତି ହାତୀ ଦେଖିବା ପାଇଁ ଯାଇଥିଲେ ।

ହେଲେ ସେଠାରେ ହାତୀଙ୍କୁ ଦେଖିବା ହୋଇଯାଇଛି କାଳ । ହାତୀ ଆକ୍ରମଣରେ ବୃନ୍ଦାବନ ବିନ୍ଧାଣିଙ୍କ ମୃତ୍ୟୁ ହୋଇଥିବା ବେଳେ ବାବୁନି ବିନ୍ଧାଣି ଗୁରୁତର ହୋଇଛନ୍ତି । ବାବୁନିଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ଛାନଭିନ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ