Masthead

ଆସିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ(ବଡ ଖବର ବ୍ୟୁରୋ): ଚଳିତବର୍ଷ ରଥଯାତ୍ରା ପାଇଁ ପ୍ରସ୍ତୁତ ଶ୍ରୀମନ୍ଦିର ପ୍ରଶାସନ । ନୟାଗଡ ବନଖଣ୍ଡରୁ ଆଜି ତୃତୀୟ ପର୍ୟ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ଆସି ପହଞ୍ଚିଛି। ଏଥିରେ ସମୁଦାୟ ୧୭ଟି ଧଉରା ଓ ଅସନ କାଠ ରହିଛି। ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ରହିଛି। ତେଣୁ ଚଳିତ ରଥଯାତ୍ରା ପାଇଁ ୭୯୬ ଖଣ୍ଡ କାଠର ଆବଶ୍ୟକତା ରହିଛି।

ତେବେ ୭୯୬ ଖଣ୍ଡରୁ ଆଜି ପର୍ୟ୍ୟନ୍ତ ମୋଟ ୭୯ଖଣ୍ଡ ବର୍ତ୍ତମାନ ସୁଦ୍ଧା ପୁରୀରେ ପହଞ୍ଚି ଥିବାବେଳେ ବଳକା କାଠ ପର୍ୟ୍ୟାୟ କ୍ରମେ ଆସି ପହଞ୍ଚିବ | ତେବେ ଗତ ସରସ୍ୱତୀ ପୂଜା ଦିନ ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟ ସମ୍ମୁଖରେ ତିନୋଟି କାଠକୁ ପାରମ୍ପରିକ ବିଧିରେ ପୂଜାର୍ଚ୍ଚନା କରାଯାଇଥିଲା | ଆସନ୍ତା ଅକ୍ଷୟ ତୃତୀୟା ଦିନ ତିନି ରଥ ନିର୍ମାଣର ଶୁଭାରମ୍ଭ ହେବାର ବିଧି ରହିଛି। ତିନିରଥ ନିର୍ମାଣ ପାଇଁ ପରମ୍ପରା ଅନୁଯାୟୀ ଶ୍ରୀରାମନବମୀ ଠାରୁ କଟକ ସ୍ଥିତ ଖପୁରିଆ କରତକଳରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହୋଇଛି |

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା