Masthead

ଆସିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ(ବଡ ଖବର ବ୍ୟୁରୋ): ଚଳିତବର୍ଷ ରଥଯାତ୍ରା ପାଇଁ ପ୍ରସ୍ତୁତ ଶ୍ରୀମନ୍ଦିର ପ୍ରଶାସନ । ନୟାଗଡ ବନଖଣ୍ଡରୁ ଆଜି ତୃତୀୟ ପର୍ୟ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ଆସି ପହଞ୍ଚିଛି। ଏଥିରେ ସମୁଦାୟ ୧୭ଟି ଧଉରା ଓ ଅସନ କାଠ ରହିଛି। ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ରହିଛି। ତେଣୁ ଚଳିତ ରଥଯାତ୍ରା ପାଇଁ ୭୯୬ ଖଣ୍ଡ କାଠର ଆବଶ୍ୟକତା ରହିଛି।

ତେବେ ୭୯୬ ଖଣ୍ଡରୁ ଆଜି ପର୍ୟ୍ୟନ୍ତ ମୋଟ ୭୯ଖଣ୍ଡ ବର୍ତ୍ତମାନ ସୁଦ୍ଧା ପୁରୀରେ ପହଞ୍ଚି ଥିବାବେଳେ ବଳକା କାଠ ପର୍ୟ୍ୟାୟ କ୍ରମେ ଆସି ପହଞ୍ଚିବ | ତେବେ ଗତ ସରସ୍ୱତୀ ପୂଜା ଦିନ ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟ ସମ୍ମୁଖରେ ତିନୋଟି କାଠକୁ ପାରମ୍ପରିକ ବିଧିରେ ପୂଜାର୍ଚ୍ଚନା କରାଯାଇଥିଲା | ଆସନ୍ତା ଅକ୍ଷୟ ତୃତୀୟା ଦିନ ତିନି ରଥ ନିର୍ମାଣର ଶୁଭାରମ୍ଭ ହେବାର ବିଧି ରହିଛି। ତିନିରଥ ନିର୍ମାଣ ପାଇଁ ପରମ୍ପରା ଅନୁଯାୟୀ ଶ୍ରୀରାମନବମୀ ଠାରୁ କଟକ ସ୍ଥିତ ଖପୁରିଆ କରତକଳରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହୋଇଛି |

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ