Masthead

ଡାକ୍ତରଖାନାରୁ ଶବ ଗାଏବ

ପଦ୍ମପୁର (ବଡ଼ ଖବର ବ୍ୟୁରୋ): କାୟା ବିସ୍ତାର କରିବାରେ ଲାଗିଛି କରୋନା ସଂକ୍ରମଣ । ଏହା ମଧ୍ୟରେ ଅନେକ ବିକଳ ଚିତ୍ର ସାମ୍ନାକୁ ଆସୁଛି । ଏଭଳି ଏକ ଚିତ୍ର ସାମ୍ନାକୁ ଆସିଛି ଯାହା ଶୁଣିଲେ ଟିକେ ଆଶ୍ଚର୍ଯ୍ୟ ଲାଗିବ । କୋଭିଡ ହସ୍ପିଟାଲରୁ ଗାଏବ ହୋଇଛି ଶବ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବରଗଡ଼ ଜିଲ୍ଲାରେ ।

ବରଗଡ କୋଭିଡ ହସ୍ପିଟାଲରେ ମିଳୁନାହିଁ ଶବ । ସୂଚନା ଅନୁସାରେ ପଦ୍ମପୁର ଉପଖଣ୍ତ ଭେଉଁରିଆ ଗ୍ରାମର ପଦ୍ମଲୋଚନ ବରିହା ସୋମବାର ଠାରୁ ବରଗଡ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଥିଲା । ଡାକ୍ତରଖାନା କର୍ତ୍ତୃପକ୍ଷ ତାଙ୍କ ସମ୍ପର୍କୀୟଙ୍କୁ ଖବର ଦେଇଥିଲେ । ସମ୍ପର୍କୀୟମାନେ ଡାକ୍ତରଖାନାରେ ପହଞ୍ଚିଥିଲେ ମଧ୍ୟ ଶବ ମିଳୁ ନ ଥିବାର ଅଭିଯୋଗ କରିଛନ୍ତି ମୃତକଙ୍କ ସମ୍ପର୍କୀୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ