Masthead

ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଭୟଙ୍କର ହେଉଛି କରୋନ ସ୍ଥିତି । କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କମୁଛି ଟିକାକରଣ । ଆଜି ୧୨ ଟି ଜିଲ୍ଲାରେ ବନ୍ଦ ରହିବ ଟିକାକରଣ । ମାତ୍ର ୩୦୨ କେନ୍ଦ୍ରରେ ଆସନ୍ତାକାଲି ଟିକାକରଣ କରାଯିବ । ବାଲେଶ୍ୱର, ଭଦ୍ରକ, ବୌଦ୍ଧ, କଟକ, ଯାଜପୁର, ଝାରସସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ ଓ ପୁରୀ ଏହି ୧୨ ଟି ଜିଲ୍ଲାର ଟିକା ଦିଆଯିବ ନାହିଁ ।

ରାଜ୍ୟରେ ଆବଶ୍ୟକ ଟିକା ନଥିବାରୁ ଏପରି ନିଷ୍ପତି ନେଇଛନ୍ତି ସରକାର । ସେହିପରି ରାଜ୍ୟରେ ୧୪୭୬ ଟିକାକେନ୍ଦ୍ରରେ ଟିକା ଦିଆଯିବାର ବ୍ୟବସ୍ଥା ରହିଛି । ତେବେ ରାଜ୍ୟରେ ଟିକାର ପରିମାଣ କମିବାରୁ ଟିକାଦାନ ବାଧାପ୍ରାପ୍ତ ହେଉଛି । ରାଜ୍ୟରେ ମାତ୍ର ୧ ଲକ୍ଷ ୧୯ ହଜାର ୨୨୦ କୋଭିସିଲ୍ଡ ଡୋଜ୍ ଥିବାବେଳେ ୩ ଲକ୍ଷ ୪୬ ହଜାର ୪୪୦ କୋଭାକ୍ସିନ ଟିକା ରହିଛି । କୋଭିସିଲ୍ଡ ଟିକାର ଘୋର ଅଭାବ ଯୋଗୁଁ ଅଧିକାଂଶ ଜିଲ୍ଲାରେ ଟିକାକରଣକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ